କଟକଣାକୁ ଖାତିର ନାହିଁ

ଢେଙ୍କାନାଳ ଅଫିସ, ୬।୧୨: ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣକୁ ଆସୁଥିବାବେଳେ ଢେଙ୍କାନାଳରେ ଏହାର ବ୍ୟତିକ୍ରମ ଦେଖାଦେଇଛି। ଘରୋଇ ସାଇକୃପା ଆବାସିକ ବିଦ୍ୟାଳୟରେ କରୋନା ବିସ୍ଫୋରଣ ସହିତ ୫୬ ଛାତ୍ରୀଛାତ୍ର ଆକ୍ରାନ୍ତ ହେବା ନୂଆ ସମସ୍ୟା ସୃଷ୍ଟି କରିଛି। ପିଲାମାନଙ୍କୁ ସେମାନଙ୍କ ଅଭିଭାବକ ସାଙ୍ଗରେ ନେଇଯାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଗଣସଂକ୍ରମଣ ଆଶଙ୍କା ସୃଷ୍ଟି ହୋଇଛି। ଏଥିରୁ ମୁକୁଳିବାକୁ ପ୍ରଶାସନ ଘନ ଘନ ବୈଠକ କରି କଟକଣା କଡ଼ାକଡ଼ି କରିବାକୁ ନିବେଦନ କରୁଥିବାବେଳେ ଶିକ୍ଷାନୁଷ୍ଠାନଗୁଡ଼ିକ ଚେତୁନାହାନ୍ତି। ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳରେ ଗାଇଡ୍‌ଲାଇନ୍‌ ବେଖାତିର କରି ରାତିଅଧିଆ ପାଠପଢ଼ା ଚାଲୁଛି। ସୂଚନା ପାଇ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଉଥିବାବେଳେ କଲେଜ କର୍ତ୍ତୃପକ୍ଷ ମୋବାଇଲ ବନ୍ଦ କରି ପାର୍‌ ହୋଇଯାଉଛନ୍ତି। ଏଭଳି ନିୟମ ଉଲ୍ଲଂଘନ କରୋନାକୁ ଖୋଲା ନିମନ୍ତ୍ରଣ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।
ସ୍ଥାନୀୟ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର କରୋନା ଆକ୍ରାନ୍ତ ହେବା ପରେ ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ୧୦ ତାରିଖ ଯାଏ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ବିଟ୍‌ ଉଚ୍ଚ ମାଧ୍ୟମିକ ଆବାସିକ ବିଦ୍ୟାଳୟରେ ଶନିବାର ବିଳମ୍ବିତ ରାତି ଯାଏ ପାଠପଢ଼ା ଚାଲିଥିଲା। ସୂଚନା ପାଇ ଟାଉନ ଥାନା ପୋଲିସ ପିସିଆର୍‌ ଭ୍ୟାନରେ ଆସି ଚଢ଼ାଉ କରି ଏହାକୁ ବନ୍ଦ କରିଥିଲା। ଘଟଣା ପରେ କଲେଜ କର୍ତ୍ତୃପକ୍ଷ ଏବଂ ଅଧିକାରୀମାନେ ମୋବାଇଲ୍‌ ବନ୍ଦ କରିଦେଇଛନ୍ତି। ଫଳରେ ସେମାନଙ୍କଠାରୁ କୌଣସି ମତାମତ ମିଳିପାରିନାହିଁ।
ଏ ସଂକ୍ରାନ୍ତରେ ଟାଉନ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ କୁହନ୍ତି, କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ ଅଞ୍ଚଳରେ ଥିବା ବିଟ୍‌ ଉଚ୍ଚ ମାଧ୍ୟମିକ ଆବାସିକ ବିଦ୍ୟାଳୟରେ ରାତିଅଧିଆ ପାଠପଢ଼ା ଚାଲିଥିବା ସୂଚନା ମିଳିବା ପରେ ଚଢ଼ାଉ କରାଯାଇଥିଲା। ଘଟଣାର ତଦନ୍ତ ଜାରି ରହିଛି। ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, ଘଟଣା ନଜରକୁ ଆସିଛି। କୋଭିଡ୍‌ ଆଇନ ଉଲ୍ଲଂଘନ ହୋଇଥିବାରୁ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷଙ୍କୁ ସୋମବାର କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯିବ। ଉତ୍ତର ସନ୍ତୋଷଜନକ ନ ହେଲେ ଜରିମାନା ଆଦାୟ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri