ସ୍କୁଲରେ ଚାଲୁଥିଲା ପାଠପଢା, ଏପଟେ ଏକୁଟିଆ ପାଇ ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ ଶିକ୍ଷକ, ଏବେ ଗଲେ ଜେଲ୍‌

ଗଞ୍ଜାମ,୨।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ସେହି ସ୍କୁଲର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ହୁମ୍ମା ଫାଣ୍ଡି ପୋଲିସ ଉକ୍ତ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ଶନିବାର ଅଟକ ରଖି ପଚରାଉଚରା କରିଥିଲା। ରବିବାର ଅଟକ ତଥା ଅଭିଯୁକ୍ତ ଶିକ୍ଷକ ବୋରିଗାଁ ଗ୍ରାମର ଲିଙ୍ଗରାଜ ମହାଙ୍କୁଡ଼ (୪୦)ଙ୍କୁ କୋର୍ଟଚାଲାଣ କରାଯାଇଥିବା ହୁମା ଫାଣ୍ଡି ଅଧିକାରୀ ସତ୍ୟବ୍ରତ ବେଣିଆ ସୂଚନା ଦେଇଛନ୍ତି । ପ୍ରକାଶ ଯୋଗ୍ୟ, ଗଡ଼ହୁମ୍ମା ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳ ସ୍କୁଲରେ ପାଠ ପାଢା ଚାଲିଥିବା ବେଳେ ଏକୁଟିଆ ସୁଯୋଗ ନେଇ ଶିକ୍ଷକ ଲିଙ୍ଗରାଜ ମହାଙ୍କୁଡ଼ ଛାତ୍ରୀଙ୍କୁ ପ୍ରଥମେ ଏକ ଚକୋଲେଟ୍‌ ଦେଇ ଅସଦାଚରଣ କରିଥିଲେ । ସ୍କୁଲ ଛୁଟି ପରେ ଛାତ୍ରୀ ଜଣଙ୍କ ବାପା-ମା’ଙ୍କୁ ଜଣାଇଥିଲେ। ଅଭିଭାବକ ଆସି ଏହାକୁ ବିରୋଧ କରିବା ସହ ରମ୍ଭା ଥାନା ହୁମ୍ମା ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣିଆଙ୍କୁ ଅଭିଯୋଗ କରିଥିଲେ । ପୋଲିସ ଅଭିଯୁକ୍ତ ଶିକ୍ଷକ ଲିଙ୍ଗରାଜ ମହାଙ୍କୁଡ଼ଙ୍କୁ ଅଟକ ରଖି ପଚାରାଉଚରା କରିବା ପରେ ମାମଲା ରୁଜୁ କରି କେସ ନଂ ୮୪୪/୨୫ ରେ ଗିରଫ କରାଯାଇଥିଲା।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri