କୋରାପୁଟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ : ଏକବିଂଶ  ଶତାବ୍ଦୀରେ ଓଡ଼ିଆ ଭାଷା ସ୍ଥିତି ଓ ଗତି ଶୀର୍ଷକ ଆଲୋଚନାଚକ୍ର

କୋରାପୁଟ, ୧୧।୩(ଅମିତାଭ ବେହେରା ) କୋରାପୁଟ ସରକାରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର  ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହେଇଯାଇଛି । ଏହି ଅବସରରେ “ଏକବିଂଶ ଶତାବ୍ଦୀରେ ଓଡ଼ିଆ ଭାଷା ସ୍ଥିତି ଓ ଗତି” ଶୀର୍ଷକରେ ଏକ ରାଜ୍ୟ ସ୍ତରୀୟ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଭାଷା ବିଭାଗ ସମୂହର ନିର୍ଦ୍ଦେଶକ ପ୍ରଫେସର ନରସିଂହ ଚରଣ ପଣ୍ଡା ଯୋଗ ଦେଇ ଓଡ଼ିଆ ଭାଷାର ପ୍ରାଚୀନତା ଓ ସ୍ୱାତନ୍ତ୍ର‌୍ୟ ସଂପର୍କରେ ନିଜର ସୁଚିନ୍ତିତ ମନ୍ତବ୍ୟ ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ଭାବରେ ପ୍ରଫେସର ନଟବର ଶତପଥୀ ଏକବିଂଶ ଶତାବ୍ଦୀରେ ଓଡ଼ିଆ ଭାଷାର ସ୍ଥିତି ସଂପର୍କରେ ଅଭିିଭାଷଣ ରଖିଥିଲେ । ପ୍ରତ୍ୟେକ ବ୍ୟକ୍ତି ଭାଷାର ସଂରକ୍ଷଣ ଏବଂ ପ୍ରଗତିର ଦାୟିତ୍ୱ ନେବା ଉଚିତ ବୋଲି ମତ ଦେଇଥିଲେ । କାର୍ଯ୍ୟକ୍ରମର ସଭାପତି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଦୀପକ କୁମାର ପଟ୍ଟନାୟକ ନିଜର ଅଭିଭାଷଣରେ କହିଥିଲେ ଯେ ଜଗନ୍ନାଥ ସଂସ୍କୃତି ଓଡ଼ିଆ ଭାଷାକୁ ସମୃଦ୍ଧ ଓ ଦୃଢ଼ କରିଛି । ଏଣୁ ଭାଷା ଓ ସଂସ୍କୃତି ପରସ୍ପର ପରିପୂରକ । ଏଣୁ ଯେତେ ଅଧିକ ଭାବରେ ଆମେ ଭାଷାର ଗବାକ୍ଷକୁ ଉନ୍ମୁକ୍ତ କରିବା ସେତେ ଅଧିକ ନୂଆ ଶବ୍ଦକୋଷରେ ସାମିଲ ହେବେ । କାର୍ଯ୍ୟକ୍ରମ ଆରମ୍ଭରେ ଅତିଥିବୃନ୍ଦ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ । ଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯିବା ପରେ ଓଡ଼ିଆ ବିଭାଗ ମୁଖ୍ୟ ଡକ୍ଟର ଲୋପାମୁଦ୍ରା ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥିଲେ ।
ଏହି ଅଧିବେଶନର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଶ୍ରୀମତୀ ସୁଜାତା ଷଡ଼ଙ୍ଗୀ ।  ଆଲୋଚନା ଚକ୍ରର ପ୍ରଥମ ଅଧିବେଶନର ପ୍ରସଂଗ ରହିଥିଲା “ବିଜ୍ଞାନର ବିକାଶ ଓ ଓଡ଼ିଆ ଭାଷା” ଏହି ଅଧିବେଶନର ବିଷୟ ବିଶେଷଜ୍ଞ ଭାବରେ ମାର୍ଗଦର୍ଶନ କରିଥିଲେ ରେଭେନ୍‌ସା ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ତଥା ରେଭେନ୍‌ସା ବିଶ୍ୱବିଦ୍ୟାଳୟ, କଟକର ଓଡ଼ିଆ ଭାଷା-ପ୍ରଯୁକ୍ତି ବିଜ୍ଞାନ କେନ୍ଦ୍ରର ପ୍ରାକ୍ତନ ନିର୍ଦ୍ଦେଶକ ପ୍ରଫେସର ଗିରୀଶ ଚନ୍ଦ୍ର ମିଶ୍ର । ଭାଷାର ପ୍ରଚାର ପ୍ରସାର ତଥା ବିକାଶ ନିମନ୍ତେ ପ୍ରଯୁକ୍ତି ବିଜ୍ଞାନର ଅପରିହାର୍ଯ୍ୟତା ସଂପର୍କରେ ଆଲୋଚନା କରିଥିଲେ । ଓଡ଼ିଆ ଭାଷାର କମ୍ପୁଟରୀକରଣ କାର୍ଯ୍ୟର ତ୍ୱରାନ୍ନିତ ହେବାଦ୍ୱାରା ଭାଷାର ସଂରକ୍ଷଣ ଦ୍ରୁତ ହୋଇପାରିବ ବୋଲି ସେ ମତ ଦେଇଥିଲେ । ଏହି ଅଧିବେଶନକୁ ଡକ୍ଟର ପ୍ରୀତିଧାର ସାମଲ ପରିଚାଳନା କରିଥିବା ବେଳେ ଶ୍ରୀ ପ୍ରଶାନ୍ତ ସାନ୍ତରା ଧନ୍ୟବାଦ ଅର୍ପଣ କରିଥିଲେ । ଦ୍ୱିତୀୟ ତଥା ଅନ୍ତିମ ଅଧିବେଶନର ଅତିଥି ତଥା ବିଷୟ ବିଶେଷଜ୍ଞ ଭାବରେ ଯୋଗ ଦେଇଥିଲେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ଉପ ସଚିବ ଡକ୍ଟର ରମେଶ ଚନ୍ଦ୍ର ବେହେରା । ଏହି ଅଧିବେଶନର ପ୍ରସଂଗ ଥିଲା “ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷା” । ବିଭିନ୍ନ ଉଦାହରଣ ମାଧ୍ୟମରେ ଗଣମାଧ୍ୟମରେ ଓଡ଼ିଆ ଭାଷା ଓ ଭାଷା ସୁରକ୍ଷାରେ ଗଣମାଧ୍ୟମର ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ଏହି ଅଧିବେଶନକୁ ଡକ୍ଟର ପ୍ରୀତିଧାରା ସାମଲ ପରିଚାଳନା କରିଥିବା ବେଳେ ଅଧ୍ୟାପକ ଡକ୍ଟର ମନୋରଂଜନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ  ନଳିନୀ ମିଶ୍ର, ଉଦୟଶଙ୍କର ଜାନି, ବିଜୟ ପ୍ରଧାନ, ରବି ଶତପଥୀ, ସି.ଏଚ୍‌. ଶାନ୍ତାକାର, ଜଳଧର ସ୍ୱାଇଁ, ମଧୁସୂଦନ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ୍‌…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri