୯ହଜାର ୬ଶହ ପରିବାରକୁ ବିଶୁଦ୍ଧ ପାନୀୟଜଳ

ଖଇରା, ୨।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ହରଘର ଜଳ ଯୋଜନାରେ ୩୦ ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ଟ୍ୟାପ ସଂଯୋଗ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯିବ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି। ୨୦୨୩ ଶେଷ ସୁଦ୍ଧା ସମସ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ସହ ପାଣି ଉପଲବ୍ଧ କରାଯାଇପାରିବ ବୋଲି ଗ୍ରାମ୍ୟ ପାନୀୟଜଳ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ଜ୍ୟୋତ୍ସ୍ନାମୟୀ ମାରାଣ୍ଡି କହିଛନ୍ତି।
ବ୍ଲକର ୩୭ ପଞ୍ଚାୟତ ମଧ୍ୟରୁ ଶାରୀଶୁଆ ପାହାଡ ସଂଲଗ୍ନ ୭ଟି ପଞ୍ଚାୟତକୁ ମେଗା ପାନୀୟଜଳ ପ୍ରକଳ୍ପ ଅଧୀନରେ ରଖାଯାଇଛି। ଏଥିପାଇଁ ପାଖାପାଖି ୬୪ କୋଟି ଟଙ୍କା ବ୍ୟୟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି
ବାକି ୩୦ପଞ୍ଚାୟତକୁ ହରଘର ଜଳ ଯୋଜନାରେ ଜଳ ଯୋଗାଇ ଦିଆଯିବାକୁ ପ୍ରଥମ ପର୍ଯ୍ୟାୟରେ ଓଭରହେଡ ଟାଙ୍କି ଥିବା ୬୯ଟି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଚାଲୁଛି ା
ଏଥିମଧ୍ୟରୁ ୩ଟି ସମ୍ପୂର୍ଣ୍ଣ ହୋଇ ସାରିଥିବା ବେଳେ ଅଧିକାଂଶ ପ୍ରକଳ୍ପର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ା ବିଦ୍ୟୁତ ସଂଯୋଗରେ ବିଳମ୍ବ ପାଇଁ କିଛି ପ୍ରକଳ୍ପ ଶେଷ ହୋଇସାରିଥିଲେ ହେଁ କାର୍ଯ୍ୟକ୍ଷମରେ ଏହା ଅନ୍ତରାୟ ହୋଇଛି। ଏହି ପ୍ରକଳ୍ପ ଅଧୀନରେ ପାଖପାଖି ୧ଶହ ରାଜସ୍ବ ଗ୍ରାମର ୯ହଜାର ୬୫୯ ପରିବାରକୁ ପାନୀୟଜଳ ଯୋଗାଇ ଦିଆଯିବାକୁ ଲକ୍ଷ୍ୟ ସ୍ଥିର କରାଯାଇଛି। ଟ୍ୟାପ ସଂଯୋଗ ବାବଦରେ ପ୍ରତ୍ୟେକ ପରିବାର ୬୦ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ନିକଟରେ ଜିଲାପାଳ ସମସ୍ତ ବ୍ଲକକୁ ପ୍ରଦାନ କରିଥିବା ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହା ଏକ ସୁନ୍ଦର ଯୋଜନା ା
ହେଲେ ଦୀର୍ଘମିୟାଦୀ ଭାବରେ ଏବଂ ଏହାର ରକ୍ଷଣାବେକ୍ଷଣ ନିୟମିତ ବ୍ୟବଧାନରେ କରାଗଲେ ଲୋକମାନେ ଯୋଜନାର ପ୍ରକୃତ ସଫଳତା ଲାଭ କରିପାରିବେ ବୋଲି କଲରାପାଳ ଗ୍ରାମର ଚନ୍ଦ୍ରକାନ୍ତ ବେହେରା କହିଛନ୍ତି ା ବହୁ ଦାବି ପରେ ଖରାଦିନରେ ଶୋଷ ମେଣ୍ଟାଇବାକୁ କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ନେଇ ଗ୍ରାମବାସୀ ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri