୯ହଜାର ୬ଶହ ପରିବାରକୁ ବିଶୁଦ୍ଧ ପାନୀୟଜଳ

ଖଇରା, ୨।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ହରଘର ଜଳ ଯୋଜନାରେ ୩୦ ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ଟ୍ୟାପ ସଂଯୋଗ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯିବ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି। ୨୦୨୩ ଶେଷ ସୁଦ୍ଧା ସମସ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ସହ ପାଣି ଉପଲବ୍ଧ କରାଯାଇପାରିବ ବୋଲି ଗ୍ରାମ୍ୟ ପାନୀୟଜଳ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ଜ୍ୟୋତ୍ସ୍ନାମୟୀ ମାରାଣ୍ଡି କହିଛନ୍ତି।
ବ୍ଲକର ୩୭ ପଞ୍ଚାୟତ ମଧ୍ୟରୁ ଶାରୀଶୁଆ ପାହାଡ ସଂଲଗ୍ନ ୭ଟି ପଞ୍ଚାୟତକୁ ମେଗା ପାନୀୟଜଳ ପ୍ରକଳ୍ପ ଅଧୀନରେ ରଖାଯାଇଛି। ଏଥିପାଇଁ ପାଖାପାଖି ୬୪ କୋଟି ଟଙ୍କା ବ୍ୟୟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି
ବାକି ୩୦ପଞ୍ଚାୟତକୁ ହରଘର ଜଳ ଯୋଜନାରେ ଜଳ ଯୋଗାଇ ଦିଆଯିବାକୁ ପ୍ରଥମ ପର୍ଯ୍ୟାୟରେ ଓଭରହେଡ ଟାଙ୍କି ଥିବା ୬୯ଟି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଚାଲୁଛି ା
ଏଥିମଧ୍ୟରୁ ୩ଟି ସମ୍ପୂର୍ଣ୍ଣ ହୋଇ ସାରିଥିବା ବେଳେ ଅଧିକାଂଶ ପ୍ରକଳ୍ପର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ା ବିଦ୍ୟୁତ ସଂଯୋଗରେ ବିଳମ୍ବ ପାଇଁ କିଛି ପ୍ରକଳ୍ପ ଶେଷ ହୋଇସାରିଥିଲେ ହେଁ କାର୍ଯ୍ୟକ୍ଷମରେ ଏହା ଅନ୍ତରାୟ ହୋଇଛି। ଏହି ପ୍ରକଳ୍ପ ଅଧୀନରେ ପାଖପାଖି ୧ଶହ ରାଜସ୍ବ ଗ୍ରାମର ୯ହଜାର ୬୫୯ ପରିବାରକୁ ପାନୀୟଜଳ ଯୋଗାଇ ଦିଆଯିବାକୁ ଲକ୍ଷ୍ୟ ସ୍ଥିର କରାଯାଇଛି। ଟ୍ୟାପ ସଂଯୋଗ ବାବଦରେ ପ୍ରତ୍ୟେକ ପରିବାର ୬୦ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ନିକଟରେ ଜିଲାପାଳ ସମସ୍ତ ବ୍ଲକକୁ ପ୍ରଦାନ କରିଥିବା ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହା ଏକ ସୁନ୍ଦର ଯୋଜନା ା
ହେଲେ ଦୀର୍ଘମିୟାଦୀ ଭାବରେ ଏବଂ ଏହାର ରକ୍ଷଣାବେକ୍ଷଣ ନିୟମିତ ବ୍ୟବଧାନରେ କରାଗଲେ ଲୋକମାନେ ଯୋଜନାର ପ୍ରକୃତ ସଫଳତା ଲାଭ କରିପାରିବେ ବୋଲି କଲରାପାଳ ଗ୍ରାମର ଚନ୍ଦ୍ରକାନ୍ତ ବେହେରା କହିଛନ୍ତି ା ବହୁ ଦାବି ପରେ ଖରାଦିନରେ ଶୋଷ ମେଣ୍ଟାଇବାକୁ କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ନେଇ ଗ୍ରାମବାସୀ ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri