ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ

କେସିଙ୍ଗା,୧୬ା୧୦(ତୁମେଶ୍ୱର ସାହୁ): ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଘରେ ବିଶୁଦ୍ଧ ପାନୀୟଜଳ ସୁଜଳର ଏକ ସଚେତନ କାର୍ଯ୍ୟକ୍ରମ ବିଭାଗୀୟ ଯନ୍ତ୍ରୀ ଜାନକୀ ନାଏକଙ୍କ ନେତୃତ୍ୱରେ ଗତ ୨ ତାରିଖଠାରୁ ୧୬ ତାରିଖ ଯାଏ ସଚେତନ କରାଯାଇଛି। ସହରର ୧୨ଟି ଓ୍ବାର୍ଡର ପ୍ରତ୍ୟେକ ଗଳିକନ୍ଦିକୁ ସଚେତନ ରଥ ଯାତ୍ରା କରି ଓ୍ବାର୍ଡବାସୀଙ୍କୁ ଜଳ ହିଁ ଜୀବନ ଲିପ୍‌ଲେଟ୍‌ ବଣ୍ଟନ କରିଥିଲେ। ପାନୀୟ ଜଳର ପ୍ରତ୍ୟେକ ବୁନ୍ଦା ମୂଲ୍ୟବାନ ଏହାର ସଠିକ୍‌ ବ୍ୟବହାର, ଜଳ ସଂରକ୍ଷଣ ସମସ୍ତଙ୍କ ପାଇଁ ଏହା ଏକ ଗୁରୁ ଦାୟିତ୍ୱ ଏବଂ ନିରାପଦ ଏବଂ ଗୁଣାତ୍ମକ ପାଇପ ଜଳ ଯୋଗାଣ, ଟ୍ୟାପ୍‌ରେ ସଫା ପାନୀୟ ଜଳ ରଖିବା ସହିତ ନିୟମିତ ଜଳ ଗୁଣବତ୍ତା ପରୀକ୍ଷା, ଜଳସାଥୀଙ୍କ ଉପଯୁକ୍ତ ବ୍ୟବହାର ଉପରେ ଓ୍ବାର୍ଡବାସୀଙ୍କୁ ସଚେତନ କରାଯାଇଥିଲା। ଗୁରୁବାର ଉଦ୍‌ଯାପନୀ ଦିବସରେ ହିତାଧିକାରୀଙ୍କୁ ପାନୀୟଜଳ ସଫାସୁତୁରା ରଖିବା ସହ ଟ୍ୟାପ୍‌ ପରିସରରେ ଥିବା ଅଳିଆ ଆବର୍ଜନାକୁ ସଫା କରିବାକୁ ଉକ୍ତ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଇଥିଲା। ସହରରେ ପ୍ରତ୍ୟେକ ଗଳିକନ୍ଦିରେ ପାନୀୟଜଳର ସୁବ୍ୟବସ୍ଥା କରାଯାଇଥିବାରୁ ହିତାଧିକାରୀଙ୍କୁ ପାନୀୟ ଜଳକୁ ସଠିକ୍‌ ବ୍ୟବହାର କରିବା ପାଇଁ ସଚେତନ କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri