ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ  ପ୍ରତ୍ୟେକ ବ୍ଳକ ଏବଂ ପଞ୍ଚାୟତମାନଙ୍କରେ ଆମ ଗଞ୍ଜାମ ସ୍ବଚ୍ଛ ଗଞ୍ଜାମ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି  । ମଙ୍ଗଳବାର ସକାଳୁ ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାରଙ୍କ ନେତୃତ୍ୱରେ ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ, ସ୍ଥାନୀୟ ସରପଞ୍ଚ, ପଞ୍ଚାୟତ ନିର୍ବାହୀ ଅଧିକାରୀ  ପ୍ରମୁଖ ଉପସ୍ଥିତ ରହି ରାସ୍ତାଘାଟ ସଫେଇ କରିଥିଲେ ।

ପ୍ଲାଷ୍ଟିକ ସାମଗ୍ରୀ ବ୍ଯବହାର କମାଇବା, ଆବର୍ଜନା ଏଣେତେଣେ ଫୋପାଡିବା ନାହିଁ, ଜଳସ୍ରୋତ ଓ ପରିବେଶକୁ ସୁରକ୍ଷା, ସ୍ବଚ୍ଛତାକୁ ଦୈନନ୍ଦିନ ଅଭ୍ୟାସରେ ପରିଣତ କରିବା ନେଇ ଲୋକଙ୍କୁ ସଚେତନ କରାଯାଇଥିଲା ।  ପ୍ରତ୍ୟେକ ମଙ୍ଗଳବାର ଗାଁ ପରିବେଶକୁ ସୁରକ୍ଷିତ କରିବା ସକାଶେ ସାହି, ରାସ୍ତା, ପୋଖରୀ, ବିଦ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନକୁ ସ୍ବଚ୍ଛ ରଖିବା ନେଇ ଉପସ୍ଥିତ ଗ୍ରାମବାସୀ , କର୍ମଚାରୀ ବୃନ୍ଦ ସାମୁହିକ ଶପଥ ପାଠ କରିବା ସହ ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ।  ଏହି ଅଭିଯାନରେ ପଞ୍ଚାୟତର ଅଙ୍ଗନବାଡ଼ି, ଆଶାକର୍ମୀ, ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ, ସଫେଇ କର୍ମଚାରୀ, ସିଆରପି, ଏମବିକେ ସଭ୍ୟାସଭ୍ୟ ସାମିଲ ହୋଇଥିଲେ ।

ସେହିପରି ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣିକୁ ରାଜ୍ୟ ତଥା ରାଜ୍ୟ ବାହାରର ପର୍ଯ୍ୟଟକମାନେ ଆସି ଭୋଜି କରୁଛନ୍ତି । ବୁଲିବାକୁ ଆସିଥିବା ପର୍ଯ୍ୟଟକମାନଙ୍କୁ ପୁନଃ ଉପଯୋଗୀ ହୋଇ ପାରୁନଥିବା ପ୍ଲାଷ୍ଟିକ ଉପକରଣ ବ୍ୟବହାର ନକରିବା ସହ ବଣ ଭୋଜି ଖାଇବାକୁ ପ୍ଲାଷ୍ଟିକ କିମ୍ବା ଥର୍ମୋକୁଲ ଥାଳି ବଦଳରେ ଶିଆଳି ଓ ଶାଳପତ୍ର ଖଲି ବ୍ୟବହାର କଲେ ପ୍ଲାଷ୍ଟିକ ଜନିତ ଆବର୍ଜନା କମିବ । ଏହା ସହ ଜଙ୍ଗଲରୁ ଶାଳ ଓ ଶିଆଳି ପତ୍ର ସଂଗ୍ରହ କରୁଥିବା ସ୍ଥାନୀୟ ଅଧିବାସୀ ଅର୍ଥନୈତିକ ରୋଜଗାର ବଢ଼ିବ ବୋଲି ପ୍ରଶାସନିକ ଅଧିକାରୀ ବୃନ୍ଦ ସ୍ଥାନୀୟ ଲୋକଙ୍କୁ  ସଚେତନ କରାଯାଇଥିଲା।

ଏଠାରେ ଜମା ହେଉଥିବା ପ୍ଲାଷ୍ଟିକ ଆବର୍ଜନା ପରିବେଶକୁ ନଷ୍ଟ କରୁଛି । ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟନସ୍ଥଳୀମାନଙ୍କରେ ପ୍ଲାଷ୍ଟିକ ବର୍ଜନ ପାଇଁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ଉପ ଜିଲାପାଳ କହିଛନ୍ତି । ପ୍ରଶାସନିକ ଅଧିକାରୀ ବୃନ୍ଦ ପହଞ୍ଚି ଉପସ୍ଥିତ ସ୍ଥାନୀୟ ଜନସାଧାରଣ, ପଞ୍ଚାୟତ ଜନପ୍ରତିନିଧିମାନଙ୍କ ସହ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇ ସମଗ୍ର ଅଞ୍ଚଳକୁ ସଫେଇ କରିଥିଲେ । ଉପଜିଲାପାଳଙ୍କ ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….

ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?