ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ଏହି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ  ପ୍ରତ୍ୟେକ ବ୍ଳକ ଏବଂ ପଞ୍ଚାୟତମାନଙ୍କରେ ଆମ ଗଞ୍ଜାମ ସ୍ବଚ୍ଛ ଗଞ୍ଜାମ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି  । ମଙ୍ଗଳବାର ସକାଳୁ ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାରଙ୍କ ନେତୃତ୍ୱରେ ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ, ସ୍ଥାନୀୟ ସରପଞ୍ଚ, ପଞ୍ଚାୟତ ନିର୍ବାହୀ ଅଧିକାରୀ  ପ୍ରମୁଖ ଉପସ୍ଥିତ ରହି ରାସ୍ତାଘାଟ ସଫେଇ କରିଥିଲେ ।

ପ୍ଲାଷ୍ଟିକ ସାମଗ୍ରୀ ବ୍ଯବହାର କମାଇବା, ଆବର୍ଜନା ଏଣେତେଣେ ଫୋପାଡିବା ନାହିଁ, ଜଳସ୍ରୋତ ଓ ପରିବେଶକୁ ସୁରକ୍ଷା, ସ୍ବଚ୍ଛତାକୁ ଦୈନନ୍ଦିନ ଅଭ୍ୟାସରେ ପରିଣତ କରିବା ନେଇ ଲୋକଙ୍କୁ ସଚେତନ କରାଯାଇଥିଲା ।  ପ୍ରତ୍ୟେକ ମଙ୍ଗଳବାର ଗାଁ ପରିବେଶକୁ ସୁରକ୍ଷିତ କରିବା ସକାଶେ ସାହି, ରାସ୍ତା, ପୋଖରୀ, ବିଦ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନକୁ ସ୍ବଚ୍ଛ ରଖିବା ନେଇ ଉପସ୍ଥିତ ଗ୍ରାମବାସୀ , କର୍ମଚାରୀ ବୃନ୍ଦ ସାମୁହିକ ଶପଥ ପାଠ କରିବା ସହ ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ।  ଏହି ଅଭିଯାନରେ ପଞ୍ଚାୟତର ଅଙ୍ଗନବାଡ଼ି, ଆଶାକର୍ମୀ, ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ, ସଫେଇ କର୍ମଚାରୀ, ସିଆରପି, ଏମବିକେ ସଭ୍ୟାସଭ୍ୟ ସାମିଲ ହୋଇଥିଲେ ।

ସେହିପରି ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣିକୁ ରାଜ୍ୟ ତଥା ରାଜ୍ୟ ବାହାରର ପର୍ଯ୍ୟଟକମାନେ ଆସି ଭୋଜି କରୁଛନ୍ତି । ବୁଲିବାକୁ ଆସିଥିବା ପର୍ଯ୍ୟଟକମାନଙ୍କୁ ପୁନଃ ଉପଯୋଗୀ ହୋଇ ପାରୁନଥିବା ପ୍ଲାଷ୍ଟିକ ଉପକରଣ ବ୍ୟବହାର ନକରିବା ସହ ବଣ ଭୋଜି ଖାଇବାକୁ ପ୍ଲାଷ୍ଟିକ କିମ୍ବା ଥର୍ମୋକୁଲ ଥାଳି ବଦଳରେ ଶିଆଳି ଓ ଶାଳପତ୍ର ଖଲି ବ୍ୟବହାର କଲେ ପ୍ଲାଷ୍ଟିକ ଜନିତ ଆବର୍ଜନା କମିବ । ଏହା ସହ ଜଙ୍ଗଲରୁ ଶାଳ ଓ ଶିଆଳି ପତ୍ର ସଂଗ୍ରହ କରୁଥିବା ସ୍ଥାନୀୟ ଅଧିବାସୀ ଅର୍ଥନୈତିକ ରୋଜଗାର ବଢ଼ିବ ବୋଲି ପ୍ରଶାସନିକ ଅଧିକାରୀ ବୃନ୍ଦ ସ୍ଥାନୀୟ ଲୋକଙ୍କୁ  ସଚେତନ କରାଯାଇଥିଲା।

ଏଠାରେ ଜମା ହେଉଥିବା ପ୍ଲାଷ୍ଟିକ ଆବର୍ଜନା ପରିବେଶକୁ ନଷ୍ଟ କରୁଛି । ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟନସ୍ଥଳୀମାନଙ୍କରେ ପ୍ଲାଷ୍ଟିକ ବର୍ଜନ ପାଇଁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ଉପ ଜିଲାପାଳ କହିଛନ୍ତି । ପ୍ରଶାସନିକ ଅଧିକାରୀ ବୃନ୍ଦ ପହଞ୍ଚି ଉପସ୍ଥିତ ସ୍ଥାନୀୟ ଜନସାଧାରଣ, ପଞ୍ଚାୟତ ଜନପ୍ରତିନିଧିମାନଙ୍କ ସହ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇ ସମଗ୍ର ଅଞ୍ଚଳକୁ ସଫେଇ କରିଥିଲେ । ଉପଜିଲାପାଳଙ୍କ ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?