ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ ଓ ଦାରିଙ୍ଗବାଡ଼ିକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଲୋକମାନେ ନାକ ଟେକୁଛନ୍ତି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଦାରିଙ୍ଗବାଡ଼ି ଏବେ ଗଦା ଗଦା ପ୍ଲାଷ୍ଟିକ ଉପରେ ଠିଆ ହୋଇଛି। ଯାହାକି ଆଗାମୀ ପିଢ଼ି ପାଇଁ ଚିନ୍ତା ବଢ଼ାଇଛି। ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଓ ବୁଦ୍ଧିଜୀବୀ ମହଲରେ ଏକାକୀ ପ୍ଲାଷ୍ଟିକ ବ୍ୟବହାରକୁ ନେଇ ଚିନ୍ତା ବଢୁଛି। ଏହାର ସଚେତନ କରିବା ପାଇଁ ବିଭିନ୍ନ ଅନୁଷ୍ଠାନ ଚିନ୍ତା କରୁଥିଲେ ସୁଦ୍ଧା କୌଣସି ପରିବର୍ତ୍ତନ ଦେଖାଯାଇନାହିଁ।
ଏବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ‘ସ୍ବଚ୍ଛତା ହିଁ ସେବା’ ଘୋଷଣା କରାଯିବା ସହ ଗାଁଠାରୁ ସହର ପର୍ଯ୍ୟନ୍ତ ଲୋକଙ୍କୁ ସଚେତନ କରାଯିବା ସହ ଶପଥ ପାଠ, ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ସପ୍ତାହକୁ ୨ ଘଣ୍ଟା ସଫେଇ କରିବା ଆଦି ସଚେତନ କରାଯାଇଛି। ଚଳିତ ମାସ ୧୭ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ ଆସନ୍ତା ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ପାଳନ କରାଯିବ। ଏହାକୁ ଗୁରୁବାର ଠାରୁ ବ୍ୟାପକ କରାଯାଇଛି। ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ବ୍ଲକ ପରିସରଠାରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ତହସିଲଦାର ଶରତ ଶବରଙ୍କ ଉପସ୍ଥିତିରେ ମିଶନଶକ୍ତିର ସଦସ୍ୟଙ୍କ ସମେତ ସରକାରୀ, ବେସରକାରୀ ସଂସ୍ଥାର କର୍ମକର୍ତ୍ତାମାନେ ଯୋଗ ଦେଇ ସଫେଇରେ ସାମିଲ ହୋଇଥିଲେ। ଏଥିସହ ସମସ୍ତେ ଶପଥ ନେଇଥିଲେ ଯେ, ଦାରିଙ୍ଗବାଡ଼ିକୁ ସ୍ବଚ୍ଛତା ରଖିବା ପାଇଁ ସପ୍ତାହକରେ ୨ ଘଣ୍ଟା ଅଞ୍ଚଳରେ ସାମୁହିକ ବା ବ୍ୟକ୍ତିଗତ ସଫେଇ କରିବେ। ଏହା ବର୍ଷ ତମାମ ଜାରି ରଖିବାକୁ ଶପଥ ନେଇଥିଲେ। ଅନ୍ୟ ଦେଶ ଯେଉଁଭଳି ଅଳିଆ ଆବର୍ଜନାକୁ ଏଣେ ତେଣେ ନ ପକାଇ ଗୋଟିଏ ସ୍ଥାନରେ ରଖି ତାକୁ ନଷ୍ଟ କରିଥାଏ ସେଭଳି ଅଳିଆ ଏଣେ ତେଣେ ନ ପକାଇବାକୁ ସମସ୍ତେ ଶପଥ ନେଇଥିଲେ। ସେହିପରି ମାନବଶୃଙ୍ଖଳ ମାଧ୍ୟମରେ ଦାରିଙ୍ଗବାଡ଼ିକୁ ସ୍ବଚ୍ଛତା ରଖିବାକୁ ସମସ୍ତେ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ଏହି ସଫେଇ କାର୍ଯ୍ୟକ୍ରମକୁ ମିଶନଶକ୍ତିର ମହିଳାମାନେ ଆଗଭର ହେବା ସହ ମହିଳାମାନେ ଆଗକୁ ଆସିଲେ ଦେଶ ଆଗକୁ ଯିବ ବୋଲି ନାରା ଦେବା ସହ ସଫେଇ କରିଥିଲେ। ଆଜିଠାରୁ ଆସନ୍ତା ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ପ୍ରତିଦିନ ଗାଁ, ପଞ୍ଚାୟତ ଓ ବ୍ଲକସ୍ତରରେ ରହିଥିବା ପର୍ଯ୍ୟଟନକ୍ଷେତ୍ର ସମେତ ଚି଼ହ୍ନଟ କରାଯାଇଥିବା ବ୍ଲାକ୍‌ ସ୍ପଟ୍‌ଗୁଡିକୁ ସଫେଇକୁ ଜୋର୍‌ଦାର କରାଯିବା ସହ ଲୋକଙ୍କୁ ବ୍ୟାପକ ସ୍ବଚ୍ଛତା ସମ୍ପର୍କରେ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?