ଯନ୍ତ୍ରୀଙ୍କ ବିରୋଧରେ ତାତିଲେ ସଫେଇ କର୍ମଚାରୀ

ବେଗୁନିଆପଡ଼ା,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସିରେ ସଫେଇ କର୍ମଚାରୀଙ୍କୁ ବେଆଇନ କାର୍ଯ୍ୟ କରିବାକୁ ବିଭାଗୀୟ ଯନ୍ତ୍ରୀ ବାଧ୍ୟ କରୁଥିବାରୁ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସଫେଇ କର୍ମଚାରୀ।

ସୂଚନାନୁଯାୟୀ, ସଫେଇ କର୍ମଚାରୀମାନେ ପ୍ରତିଦିନ ଖଟିଲେ ନିଜର ପରିବାର ପ୍ରତିପୋଷଣ କରନ୍ତି। ତେବେ ବିଭାଗୀୟ ଯନ୍ତ୍ରୀ ଚନ୍ଦ୍ର ମାରାଣ୍ଡି ତାଙ୍କୁ ସଠିକ୍‌ ସମୟରେ ଦରମା ଦେଉ ନ ଥିବା ଏବଂ କାର୍ଯ୍ୟ ବନ୍ଦ କରିଦିଅ ବୋଲି କହୁଥିବା ଅଭିଯୋଗ କରିଛନ୍ତି ସଫେଇ କର୍ମଚାରୀ। ଏଭଳି ଅଭିଯୋଗ କରି ଶନିବାର ସଫେଇ କର୍ମଚାରୀମାନେ କୋଦଳା ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ସଫେଇ କର୍ମଚାରୀମାନଙ୍କ ଇପିଏଫ୍‌ ଟଙ୍କା ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯାଉ ନାହିଁ। ବିଭାଗୀୟ ଯନ୍ତ୍ରୀ, ସୁପରଭାଇଜର ବେଆଇନ କାର୍ଯ୍ୟ କରିବାକୁ ବାଧ୍ୟ କରୁଥିବା କହିଛନ୍ତି ସଫେଇ କର୍ମଚାରୀ। ଏନେଇ ଏକ ଲିଖିତ ଅଭିଯୋଗ କାର୍ଯ୍ୟନିର୍ବାହୀ ଅଧିକାରିଣୀ ତଥା ତହସିଲଦାର ସସ୍ମିତା ଶତପଥୀଙ୍କୁ ପ୍ରଦାନ କରିଛନ୍ତି। ତେବେ ଏନେଇ ସମ୍ପୃକ୍ତ ଯନ୍ତ୍ରୀ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ ଘଟଣାର ତଦନ୍ତ ପାଇଁ ଦାବି କରିଛନ୍ତି ସଫେଇ କର୍ମଚାରୀ।


Enter your email to get our daily news in your inbox.

All Right Reserved By Dharitri.Com

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri