ସଫା ହେଉଛି ବ୍ୟାସ ସରୋବର ଜଙ୍ଗଲ

ଯାଜପୁର ଅଫିସ,୯ା୬: ଯାଜପୁର ଜିଲାର ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସସରୋବର ନିକଟସ୍ଥ ମହିମା ମଠକୁ ଲାଗି ରହିଥିବା ଜଙ୍ଗଲ ସଫା ହେବାକୁ ବସିଛି। ଏହି ସହରକୁ ଅନୁପ୍ରବେଶକାରୀଙ୍କ ସଂଖ୍ୟା କ୍ରମଶଃ ବଢି ଚାଲିଥିବାରୁ ବ୍ୟାସ ସରୋବର ଏବଂ ଏହାର ଆଖପାଖ ସରକାରୀ ଜମିରେ ଏକାଧିକ ଅସ୍ଥାୟୀ ଘର ନିର୍ମାଣ ହେଉଥିବାରୁ ଏଭଳି ପରସ୍ଥିତ ସୃଷ୍ଟି ହେଉଛି। ତେଣୁ ବ୍ୟାସ ସରୋବର ଜଙ୍ଗଲର ସୁରକ୍ଷା ଦିଗରେ ଜଙ୍ଗଲ ବିଭାଗ ତତ୍ପରତା ପ୍ରକାଶ କରିବାକୁ ସହରବାସୀ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଏକ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରର ଲୋକ ସଂଖ୍ୟା କ୍ରମଶଃ ବଢିବାରେ ଲାଗିଛି। ଏହାସହ ବାଂଲାଦେଶୀମାନେ ଏହି ସହରକୁ ଆସି ସରକାରୀ ଜମି ଦଖଲ କରିବାରେ ଲାଗିଛନ୍ତି। ସେମାନେ କବାଡ଼ିଆ ଏବଂ ଫେରିବାଲା କାମ କରି ସହରର ପ୍ଲଟ, ଚୂନଭାଟି, ମୁଣ୍ଡୋମାଳ, ଧବଳଗିରି, ସାପଗାଡିଆ, ଚୋରଦା ବାଇପାସ୍‌ ଅଞ୍ଚଳରେ ଆଡ୍ଡା ଜମାଇ ରହୁଛନ୍ତି। ଏମାନଙ୍କ ଅସ୍ଥାୟୀ ଘର ନିର୍ମାଣ କରିବାକୁ ପ୍ରଚୂର ପରିମାଣର କାଠର ଆବଶ୍ୟକତା ରହୁଛି। ଏହିକ୍ରମରେ ବ୍ୟାସସରୋବର ଜଙ୍ଗଲର ସୁରକ୍ଷା ହେଉ ନ ଥିବାରୁ ସେମାନେ ଦିନ ଦ୍ୱିପହରରେ ଗଛ କାଟି ବୋହି ନେଉଛନ୍ତି। ନିକଟରେ ପ୍ରାୟ ୧୦ ଜଣ କାଠ ସହ ଜଙ୍ଗଲ ବିଭାଗ ହାତରେ ଧରାପଡିଥିଲେ ହେଁ ସେମାନଙ୍କ ବିରୋଧ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଛାଡି ଦିଆଯାଇଥିଲା। ଫଳରେ ସେମାନେ ଏବେ ପୁଣି ସକ୍ରିୟ ହୋଇ ଉଠିଛନ୍ତି। ବିଭିନ୍ନ ମୂଲ୍ୟବାନ ଗଛ କାଟି ନେଉଥିବା ଦେଖିବାକୁ ମିଳୁଛି। ଏ ସଂକ୍ରାନ୍ତରେ ବରିଷ୍ଠ ଆଇନଜୀବୀ ଚନ୍ଦ୍ରଶେଖର ପଣ୍ଡା କହିଛନ୍ତି, ଜଙ୍ଗଲ ବିଭାଗର ସେ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ସୁଫଳ ମିଳି ପାରୁନାହିଁ। ତେଣୁ ବ୍ୟାସସରୋବର ଜଙ୍ଗଲ ନଷ୍ଟ ହେଲେ ଏହାର ସୌନ୍ଦର୍ଯ୍ୟ ହ୍ରାସ ପାଇବ। ତେଣୁ ଏହି ଜଙ୍ଗଲର ସୁରକ୍ଷା ନିହାତି ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri