Posted inଜାତୀୟ

ସଫେଇ ଦେଲା କଂଗ୍ରେସ: ଆମେ ସବୁ ଧର୍ମକୁ ଏକାଠି ନେଇ ଚାଲୁ

ନୂଆଦିଲ୍ଲୀ,୭।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ସନାତନ ବିରୋଧୀ ଧର୍ମ ମନ୍ତବ୍ୟରେ କଂଗ୍ରେସ ସହମତ ନୁହେଁ ବୋଲି ଦଳର ମୁଖପାତ୍ର ପୱନ ଖେରା ଗୁରୁବାର କହିଛନ୍ତି।
ସେ କହିଛନ୍ତି ଯେ, ଆମ ଦଳ ଏଭଳି ମନ୍ତବ୍ୟକୁ ସମର୍ଥନ କରୁନାହିଁ। ଆମେ ସମସ୍ତ ଧର୍ମକୁ ଏକାଠି ନେଇ ଚାଲିଥାଉ। କୌଣସି ଧର୍ମକୁ ନିମ୍ନ ଦୃଷ୍ଟିରେ ଉଚିତ୍‌ ନୁହେଁ। ଏପରିକି ସମ୍ବିଧାନ ଏହାକୁ ଅନୁମତି ଦିଏ ନାହିଁ। ସମସ୍ତ ଧର୍ମର ସମାନତା ଉପରେ କଂଗ୍ରେସ ବିଶ୍ୱାସ କରେ। ବିରୋଧୀ ମେଣ୍ଡ ‘ଇଣ୍ଡିଆ’ର ସମସ୍ତ ମଧ୍ୟ ସବୁ ଧର୍ମକୁ ସମ୍ମାନ କରନ୍ତି।
କଂଗ୍ରେସ ଏବଂ ଡିଏମକେ ୨୮ ଦଳ ବିଶିଷ୍ଟ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏକ ଅଂଶ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏହି ମେଣ୍ଟ ଭାଜପା ବିରୋଧରେ ଏକଜୁଟ ହୋଇଛନ୍ତି।
ତାମିଲନାଡୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ଥିବା ଉଦୟନିଧି ଷ୍ଟାଲିନ ଚେନ୍ନାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସନାତନ ଧର୍ମକୁ ଡେଙ୍ଗୁ ଏବଂ ମ୍ୟାଲେରିଆ ଭଳି ରୋଗ ସହ ତୁଳନା କରିଥିଲେ। ଏଥିସହ ସେ ସନାତନ ଧର୍ମକୁ ବିଲୋପ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri