Posted inଜାତୀୟ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲା କଂଗ୍ରେସ, ଅଯୋଧ୍ୟା ଯିବେ ନାହିଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେ

ନୂଆଦିଲ୍ଲୀ,୧୦।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଦଳ ପକ୍ଷରୁ ଏକ ବିବୃତ୍ତି ଜାରି ସୂଚନା ଦିଆଯାଇଛି। କୁହାଯାଇଛି ଯେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣକୁ ସମ୍ମାନର ସହ ପ୍ରତ୍ୟାଖ୍ୟାନ କରାଯାଇଛି। ଜାନୁଆରୀ ୨୨ ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ କୌଣସି କଂଗ୍ରେସ ନେତା ଅଯୋଧ୍ୟା ଯିବେ ନାହିଁ।

କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଗତ ମାସରେ ରାଜ୍ୟସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗ, କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ ଏବଂ ଲୋକସଭାରେ କଂଗ୍ରେସ ଦଳର ନେତା ଅଧୀର ରଂଜନ ଚୌଧୁରୀଙ୍କୁ ୨୨ ଜାନୁୟାରୀରେ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମ ମନ୍ଦିରର ଉଦଘାଟନୀ ସମାରୋହରେ ଯୋଗଦେବାକୁ ନିମନ୍ତ୍ରଣ ମିଳିଛି। ଆମ ଦେଶରେ ଲକ୍ଷ ଲକ୍ଷ ଲୋକ ଭଗବାନ ରାମଙ୍କୁ ପୂଜା କରନ୍ତି। ଧର୍ମ ଏକ ବ୍ୟକ୍ତିଗତ ବିଷୟ, କିନ୍ତୁ ଆରଏସଏସ / ଭାଜପା ଅଯୋଧ୍ୟାରେ ଥିବା ମନ୍ଦିରକୁ ଦୀର୍ଘ ଦିନ ଧରି ଏକ ରାଜନୈତିକ ପ୍ରକଳ୍ପ କରିଛନ୍ତି।

ଭାଜପା ଏବଂ ଆରଏସଏସ ନେତାମାନେ ଅସମ୍ପୂର୍ଣ୍ଣ ମନ୍ଦିରର ଉଦଘାଟନ କେବଳ ନିର୍ବାଚନକୁ ଲକ୍ଷ୍ୟକରି କରାଯାଉଛି। ୨୦୧୯ ସୁପ୍ରିମକୋର୍ଟଙ୍କ ରାୟ ପରେ ଏବଂ ପ୍ରଭୁ ରାମଙ୍କ ସମ୍ମାନ କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ଭାବନାକୁ ସମ୍ମାନ ଜଣାଇ ମଲ୍ଲିକାର୍ଜୁନ ଖାର୍ଗ, ସୋନିଆ ଗାନ୍ଧୀ ଏବଂ ଆଧୀର ରଂଜନ ଚୌଧୁରୀ ଜଣାଇ ଆରଏସଏସ / ଭାଜପା ତରଫରୁ ଏହି କାର୍ଯ୍ୟକ୍ରମ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri