Posted inଜାତୀୟ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲା କଂଗ୍ରେସ, ଅଯୋଧ୍ୟା ଯିବେ ନାହିଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେ

ନୂଆଦିଲ୍ଲୀ,୧୦।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଦଳ ପକ୍ଷରୁ ଏକ ବିବୃତ୍ତି ଜାରି ସୂଚନା ଦିଆଯାଇଛି। କୁହାଯାଇଛି ଯେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣକୁ ସମ୍ମାନର ସହ ପ୍ରତ୍ୟାଖ୍ୟାନ କରାଯାଇଛି। ଜାନୁଆରୀ ୨୨ ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ କୌଣସି କଂଗ୍ରେସ ନେତା ଅଯୋଧ୍ୟା ଯିବେ ନାହିଁ।

କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଗତ ମାସରେ ରାଜ୍ୟସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗ, କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ ଏବଂ ଲୋକସଭାରେ କଂଗ୍ରେସ ଦଳର ନେତା ଅଧୀର ରଂଜନ ଚୌଧୁରୀଙ୍କୁ ୨୨ ଜାନୁୟାରୀରେ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମ ମନ୍ଦିରର ଉଦଘାଟନୀ ସମାରୋହରେ ଯୋଗଦେବାକୁ ନିମନ୍ତ୍ରଣ ମିଳିଛି। ଆମ ଦେଶରେ ଲକ୍ଷ ଲକ୍ଷ ଲୋକ ଭଗବାନ ରାମଙ୍କୁ ପୂଜା କରନ୍ତି। ଧର୍ମ ଏକ ବ୍ୟକ୍ତିଗତ ବିଷୟ, କିନ୍ତୁ ଆରଏସଏସ / ଭାଜପା ଅଯୋଧ୍ୟାରେ ଥିବା ମନ୍ଦିରକୁ ଦୀର୍ଘ ଦିନ ଧରି ଏକ ରାଜନୈତିକ ପ୍ରକଳ୍ପ କରିଛନ୍ତି।

ଭାଜପା ଏବଂ ଆରଏସଏସ ନେତାମାନେ ଅସମ୍ପୂର୍ଣ୍ଣ ମନ୍ଦିରର ଉଦଘାଟନ କେବଳ ନିର୍ବାଚନକୁ ଲକ୍ଷ୍ୟକରି କରାଯାଉଛି। ୨୦୧୯ ସୁପ୍ରିମକୋର୍ଟଙ୍କ ରାୟ ପରେ ଏବଂ ପ୍ରଭୁ ରାମଙ୍କ ସମ୍ମାନ କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ଭାବନାକୁ ସମ୍ମାନ ଜଣାଇ ମଲ୍ଲିକାର୍ଜୁନ ଖାର୍ଗ, ସୋନିଆ ଗାନ୍ଧୀ ଏବଂ ଆଧୀର ରଂଜନ ଚୌଧୁରୀ ଜଣାଇ ଆରଏସଏସ / ଭାଜପା ତରଫରୁ ଏହି କାର୍ଯ୍ୟକ୍ରମ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri