Posted inଜାତୀୟ

କର୍ଣ୍ଣାଟକ ମସଜିଦରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ମୌଲବୀ ଗିରଫ

ନୂଆଦିଲ୍ଲୀ,୬ା୮: କର୍ଣ୍ଣାଟକର ବେଲାଗାଭି ଜିଲାରେ ବୁଧବାର ପୋଲିସ ଜଣେ ୨୨ ବର୍ଷୀୟ ମୌଲବୀଙ୍କୁ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରିଛି। ଅଭିଯୁକ୍ତ ମୌଲବୀଙ୍କ ନାମ ତୁଫେଲ ଆହମଦ ଦାଦାପୀର ନାଗରାଚୀ, ଯିଏ ବାଗଲକୋଟ ଜିଲାର ମହାଲିଙ୍ଗପୁରାରୁ ଅଟନ୍ତି। ଘଟଣାଟି ୨୦୨୩ ଅକ୍ଟୋବର ୫ ତାରିଖରେ ଏକ ମସଜିଦ ଭିତରେ ଘଟିଥିବା ଅଭିଯୋଗ ହୋଇଛି। କିନ୍ତୁ ଏହି ଘଟଣା ସମ୍ପର୍କରେ ସୂଚନା ପ୍ରକାଶ ପାଇଲା ଯେତେବେଳେ ଜଣେ ଦକ୍ଷିଣପନ୍ଥୀ କାର୍ଯ୍ୟକର୍ତା ପୁନୀତ କେରେହାଲି ଏକ୍ସରେ ନାବାଳିକାଙ୍କ ପିତାମାତାଙ୍କ ସହ କଥୋପକଥନର ଏକ ଭିଡିଓ ପୋଷ୍ଟ କଲେ।

ବେଲାଗାଭି ଜିଲା ଏସପି ଭୀମାଶଙ୍କର ଏସ. ଗୁଲେଡ଼ କହିଛନ୍ତି, “ବେଲାଗାଭି ପୋଲିସର ସୋସିଆଲ ମିଡିଆ ମନିଟରିଂ ଟିମ୍ ମୁରଗୋଡ଼ ପୁଲିସକୁ ଏହି ଭିଡିଓ ସମ୍ପର୍କରେ ସୂଚନା ଦେଇଥିଲେ। ପୋଲିସ ନାବାଳିକାଙ୍କ ପିତାମାତାଙ୍କୁ ଚିହ୍ନଟ କରି ତଦନ୍ତ ଆରମ୍ଭ କରିଥିଲା ଏବଂ ପ୍ରାଥମିକ ତଦନ୍ତରୁ ଅଭିଯୋଗ ସତ୍ୟ ବୋଲି ଜଣାପଡ଼ିଥିଲା। କିନ୍ତୁ ପିତାମାତା ସାମାଜିକ କଳଙ୍କ ଓ ଝିଅର ଭବିଷ୍ୟତକୁ ନେଇ ଭୟଭୀତ ଥିବାରୁ ଅଭିଯୋଗ ଦାୟର କରିନଥିଲେ। ପରେ ପୋଲିସ ଏହି ସୂଚନା ଶିଶୁ କଲ୍ୟାଣ କମିଟି (ସିଡବ୍ଲୁସି)କୁ ପଠାଇଥିଲେ, ଯାହାପରେ କମିଟି ଅଭିଯୋଗ ଦାୟର କରିଥିଲେ ଓ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।”

ପୁନୀତ କେରେହାଲି ତାଙ୍କ ଏକ୍ସ ପୋଷ୍ଟରେ ଅଭିଯୋଗ କରିଛନ୍ତି ଯେ ମସଜିଦ କର୍ତ୍ତୃପକ୍ଷ ନାବାଳିକାଙ୍କ ପିତାଙ୍କୁ ପୋଲିସ ଅଭିଯୋଗ ଦାୟର ନ କରିବାକୁ ଓ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବାକୁ ଧମକ ଦେଇଥିଲେ।

ପୋଲିସ ଅଭିଯୁକ୍ତଙ୍କ ବିରୁଦ୍ଧରେ ଶିଶୁ ଯୌନ ଅପରାଧ ନିରୋଧ ଆଇନ (ପୋକ୍ସୋ ଆକ୍ଟ) ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri