ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା ପାଇଁ ୪୦ ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଶୁକ୍ରବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଛି।