କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ କିଛିଦିନ ହେବ ଅସୁସ୍ଥ ଥିଲେ। ତେଣୁ ସେ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ତାଙ୍କର ବିୟୋଗରେ କଲେଜ ଅଧ୍ୟକ୍ଷ ଡଃ ଦିଲ୍ଲୀପ କୁମାର ପ୍ରଧାନଙ୍କ ସମେତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରୀମାନେ ଗଭୀର ଶୋକବ୍ୟକ୍ତ କରିଛନ୍ତି।
ସୂଚନାଯୋଗ୍ୟ ଯେ, ସ୍ବରାଜ୍ୟଙ୍କ ଘର ହେଉଛି ଭଞ୍ଜନଗର ବ୍ଲକ ମୁଜାଗଡ଼ରେ। ସେ ଆଜିକୁ ପ୍ରାୟ ୨୦ ବର୍ଷରୁ ଉର୍ଦ୍ଧ୍ୱ ଦିନ ହେବ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ପରିଚାଳନା କମିଟି ଅଧୀନରେ କିରାଣୀ ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ସେ ବ୍ଲକ ଗ୍ରାଣ୍ଡ ସୁବିଧା ପାଇ ପାରି ନ ଥିଲେ। ସରକାରଙ୍କ ସୁବିଧା ସୁଯୋଗ ପାଇବା ପାଇଁ ସେ ଅନେକ ଥର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିଲେ। ତଥାପି ସରକାରଙ୍କ ସୁବିଧା ସେ କୌଣସି କାରଣରୁ ପାଇ ପାରି ନ ଥିଲେ। ତେଣୁ ବର୍ତ୍ତମାନ ସ୍ବରାଜ୍ୟଙ୍କ ପରିବାରର ଜଣଙ୍କୁ ପରିଚାଳନା କମିଟି ଅଧୀନରେ ନିଯୁକ୍ତି ଦେବାର ଆବଶ୍ୟକତା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ସୁପ୍ରିମକୋର୍ଟରେ ବଡ଼ ଖୁଲାସା: ୧୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା; ତାଲିକାରେ ଓଡ଼ିଶା, ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ…

ନୂଆଦିଲ୍ଲୀ, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ମହାପ୍ରଭୁଙ୍କ ବିଚିତ୍ର ଲୀଳା, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଦେଲେ ନୂଆ ଜୀବନ: ରିଷ୍ଟ ଖଣ୍ଡନ ହୋଇଗଲା କହି….

ନୟାଗଡ,୧୯।୮(ଲୋକନାଥ ମିଶ୍ର):ନୟାଗଡ ପୁରୁଣା ସହର ଜଗନ୍ନାଥ ମନ୍ଦିର ଦକ୍ଷିଣ ଦ୍ୱାରରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏକ ବ୍ୟାଟେରୀ ସ୍କୁଟି ଜଳିଗଲା। ସ୍କୁଟି ଚାଳକ…

‘ଥଲାପତି ବିଜୟ କ’ଣ କେବଳ ଖ୍ରୀଷ୍ଟିଆନଙ୍କ ମୁଖ୍ୟମନ୍ତ୍ରୀ?’ କର୍ନାଟକ ଭାଜପା ଅଧ୍ୟକ୍ଷଙ୍କ ପ୍ରଶ୍ନରେ ବଢ଼ିଲା ରାଜନୈତିକ ବିବାଦ

ନୂଆଦିଲ୍ଲୀ, ୧୯।୮: କର୍ନାଟକ ଭାଜପା ଅଧ୍ୟକ୍ଷ ତଥା ବିଧାୟକ ବି.ୱାଇ. ବିଜୟେନ୍ଦ୍ର ଚାମରାଜନଗରରେ ହୋଇଥିବା ଏକ ଉତ୍ତେଜନାରେ ୩ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ…

କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…

ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି…

ହୋଟେଲରେ ବଡ଼ଧରଣର ଅଗ୍ନିକାଣ୍ଡ: ୯ ମୃତ

କୋଲକାତା, ୧୯।୯: କୋଲକାତାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ନ୍ୟୁ ମାର୍କେଟ ଅଞ୍ଚଳର ଫ୍ରି ସ୍କୁଲ ଷ୍ଟ୍ରିଟ୍‌ରେ ଥିବା ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri