ମୃତ୍ୟୁ ପ୍ରମାଣପତ୍ର ଦେବାକୁ କିରାଣି ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍‌ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍‌ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଜଣେ ବିପିଏଲ କାର୍ଡଧାରୀଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସେହିପରି ଉକ୍ତ ଗ୍ରାମର ଆଉ ୫ଜଣ ବ୍ୟକ୍ତି ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ପାଇଁ ଆବେଦନ କରିଥିଲେ। ଗୋଟିଏ ସାର୍ଟିଫିକେଟକୁ ୩ ହଜାର ଟଙ୍କା ହିସାବରେ ଉପରୋକ୍ତ ୬ ଜଣ ବ୍ୟକ୍ତିଙ୍କୁ ୧୮ ହଜାର ଟଙ୍କା ସେ ଦାବି କରିଥିଲେ। ସେହିପରି ଏହି ଟଙ୍କାକୁ ୨ ପର୍ଯ୍ୟାୟରେ ଦେବା ପାଇଁ ସେମାନଙ୍କୁ କିରାଣି କହିଥିଲେ। ବୁଧବାର ପ୍ରଥମ ପର୍ଯ୍ୟାୟରେ ୯ ହଜାର ଟଙ୍କା ବିପିଏଲ କାର୍ଡଧାରୀ କନିଷ୍ଠ କିରାଣି ଦିବ୍ୟଜ୍ୟୋତିଙ୍କୁ ଦେଉଥିବାବେଳେ ଏହି ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ବିଭାଗ ମାଡ଼ି ବସିଥିଲା। ଦିବ୍ୟଜ୍ୟୋତିଙ୍କଠାରୁ ଭିଜିଲାନ୍ସ ବିଭାଗ ୯ ହଜାର ଟଙ୍କା ଜବତ କରିଥିଲା। ଏ ନେଇ ଭିଜିଲାନ୍ସ ବିଭାଗ ୨୮/୨୨ରେ ଏକ ମାମଲା ରୁଜୁ କରି ଦିବ୍ୟଜ୍ୟୋତିଙ୍କୁ ଗିରଫ କରିଛି। ଏହି ଚଢ଼ାଉରେ କଳାହାଣ୍ଡି ଓ ନୂଆପଡ଼ା ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri