Posted inରାଜ୍ୟ

ଝୁଲୁଛି ୧୦ ବର୍ଷିଆ ଆକ୍ସନ ପ୍ଲାନ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ହେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଓଡ଼ିଶା, ଗୁଜରାଟ ଭଳି ରାଜ୍ୟ ଏହା ଦ୍ୱାରା ଗୁରୁତର ପ୍ରଭାବିତ ହେବେ ବୋଲି ନିକଟରେ କରାଯାଇଥିବା ଏକ ସର୍ଭେରୁ ଜଣାପଡ଼ିଛି। କିନ୍ତୁ ଓଡ଼ିଶା ପ୍ରାୟ ଏକ ଦଶନ୍ଧି ହେଲା ଜଳବାୟୁ ପରିବର୍ତ୍ତନ ଜନିତ ବିପର୍ଯ୍ୟୟକୁ ସାମ୍ନା କରିଆସୁଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦ ଦିନରୁ ମୌସୁମୀ ବର୍ଷା ଏବେ ୬୦ରୁ ୭୦ ଦିନକୁ ଖସି ଆସିଛି। ଏଥିଯୋଗୁ କୃଷି, ବିଦ୍ୟୁତ୍‌ ଉତ୍ପାଦନ, ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ଇଣ୍ଡିଆନ ନ୍ୟାଶନାଲ ସେଣ୍ଟର ଫର୍‌ ଓସନ ଇନ୍‌ଫରମେଶନ ସର୍ଭିସେସ୍‌ (ଆଇଏନ୍‌ସିଓଆଇଏସ୍‌) ଦ୍ୱାରା ଓଡ଼ିଶାର କୋଷ୍ଟାଲ ଭଲ୍‌ନେରେବିଲିଟି ଇଣ୍ଡେକ୍ସ (ସିଭିଆଇ) ପ୍ରସ୍ତୁତ କରାଯାଇଛି। ସମୁଦ୍ର ନିକଟରୁ ୧ କିଲୋମିଟର ବ୍ୟାପୀ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ ହୋଇଛି।

ରିପୋର୍ଟରେ ଉଲ୍ଲେଖ ଥିବା ସମଗ୍ର ଅଞ୍ଚଳକୁ ନିମ୍ନ, ମଧ୍ୟମ ଓ ଅତି ବିପଦପୂର୍ଣ୍ଣ ଅଞ୍ଚଳରେ ବିଭକ୍ତ କରାଯାଇଛି। ସେହି ଅନୁଯାୟୀ ଓଡ଼ିଶା ଉପକୂଳର ୬ ଜିଲା ତଥା ଗଞ୍ଜାମ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସମୁଦ୍ର ଉପକୂଳକୁ ଲାଗି ରହିଥିବା ଗଞ୍ଜାମ ଜିଲାର କିଛି ଅଞ୍ଚଳ, ଚିଲିକା, ପୁରୀର ଦକ୍ଷିଣ ଭାଗ ଏବଂ କେନ୍ଦ୍ରାପଡ଼ା ଜିଲାର ୭୬ କିଲୋମିଟର ଅଞ୍ଚଳକୁ କମ୍‌, ସେହି ଜିଲାଗୁଡ଼ିକର ୨୦୯ କିଲୋମିଟର ବ୍ୟାପ୍ତ ଅଞ୍ଚଳକୁ ମଧ୍ୟମ ଓ ୧୦୭ କିଲୋମିଟର ଅଞ୍ଚଳକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ପୁରୀ ଜିଲାର ଉତ୍ତର ଭାଗ, ଜଗତ୍‌ସିଂହପୁର ଜିଲାର କେତେକ ଅଞ୍ଚଳ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲାର ଉତ୍ତର ଓ ଦକ୍ଷିଣ ଭାଗ ଏବଂ ଦକ୍ଷିଣ ବାଲେଶ୍ୱରକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ଦେଶର ତଟୀୟ ଅଞ୍ଚଳଗୁଡ଼ିକ ପ୍ରତି ବିପଦ ମାଡ଼ି
ଆସୁଥିବାରୁ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନ୍ୟାଶନାଲ ଡିଟରମାଇନ କଣ୍ଟ୍ରିବ୍ୟୁଶନସ୍‌(ଏନ୍‌ଡିସି) ଯୋଜନାରେ ଏ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରାଯିବ। ତେଣୁ ଏକ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରିବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡିକୁ କୁହାଯାଇଛି। ରାଜ୍ୟ ସରକାର କେନ୍ଦ୍ରର ପରାମର୍ଶ କ୍ରମେ ଏକ ସଂଶୋଧିତ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ ୧୦ଟି ବିଭାଗକୁ ସାମିଲ କରାଯାଇଛି। ସେହି ବିଭାଗଗୁଡ଼ିକ ହେଲା ଜଙ୍ଗଲ ଓ ପରିବେଶ, କୃଷି, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଳ ସମ୍ପଦ, ଶକ୍ତି, ମତ୍ସ୍ୟ ଓ ପଶୁ ସମ୍ପଦ, ଶିଳ୍ପ, ଖଣି ଓ ଇସ୍ପାତ, ବାଣିଜ୍ୟ ଓ ପରିବହନ, ପଞ୍ଚାୟତ ଓ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜଳବାୟୁ ପରିବର୍ତ୍ତନକୁ ଦେଖି ବିଭାଗଗୁଡ଼ିକ ଯୋଜନା ପ୍ରସ୍ତୁତ କରାଯାଇଛିି। ବାୟୁମଣ୍ଡଳରୁ ଅଙ୍ଗାରକାମ୍ଳ ବାଷ୍ପର ହାର କମାଇବା ପାଇଁ ବ୍ୟାପକ ବୃକ୍ଷରୋପଣ କରାଯିବ। ଏଥିସହିତ ସମୁଦ୍ରର ଗତିବିଧି ଉପରେ ବରାବର ଅଧ୍ୟୟନ କରାଯିବ। ଉପକୂଳ ଅଞ୍ଚଳରେ ଜୈବବିବିଧତା ବଜାୟ ରଖିବାକୁ ଆବଶ୍ୟକ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯିବ। ଜୀବନ ଜୀବିକା, ଜଳ ସଂରକ୍ଷଣ, ଗ୍ରୀନ୍‌ ହାଉସ ଗ୍ୟାସ୍‌ କମାଇବା, ପ୍ଲାଷ୍ଟିକ ବ୍ୟବହାର ହ୍ରାସ କରିବା ଭଳି ଅନେକ ପଦକ୍ଷେପ ନିଆଯାଇଛି। ସଂଶୋଧିତ ପ୍ଲାନ୍‌ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଯାଇଛି। ଏ ପର୍ଯ୍ୟନ୍ତ ତାହାକୁ କେନ୍ଦ୍ର ସରକାର ଅନୁମୋଦନ କରିନାହାନ୍ତି। ଅନୁମୋଦନ ପରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ରାଜ୍ୟ ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri