ଚାଇନାରେ ଜଳବାୟୁ ପରିବର୍ତ୍ତନ ସ୍ଥିତି ସଙ୍ଗିନ

ବେଜିଂ,୨୭ା୮: ଆଜିକାଲି ଚାଇନା ପ୍ରତିକୂଳ ପରିବେଶ ଦେଇ ଗତି କରୁଛି। ଦେଶର ଅନେକ ଭାଗରେ ପ୍ରବଳ ଉତ୍ତାପ ସାଙ୍ଗକୁ ମରୁଡ଼ି ଦେଖା ଦେଇଥିବାବେଳେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୟୁରୋପ ଭଳି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ) ଚାଇନାରେ ପ୍ରବଳ ଉତ୍ତାପ ସମ୍ପର୍କରେ ଚେତାବନୀ ଦେଇଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ଉଚିତ ବୋଲି ଡବ୍ଲ୍ୟୁଏମ୍‌ଓ କହିଛି। ସଂଗଠନ ଆହୁରି ମଧ୍ୟ କହିଛି, ଆସନ୍ତା ୫ ବର୍ଷ ମଧ୍ୟରେ ସମସ୍ତ ଦେଶକୁ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ କାର୍ଯ୍ୟ କରି ଗ୍ରୀନ୍‌ ହାଉସ ଗ୍ୟାସ ହ୍ରାସ କରିବାକୁ ପଡ଼ିବ।

ବିଶ୍ୱ ପାଣିପାଗ ବିଭାଗ (ଡବ୍ଲ୍ୟୁଏମ୍‌ଓ) ସହକାରୀ ସଚିବ ଡ.ଓ୍ବେନଜିଆନ ଝାଙ୍ଗ କହିଛନ୍ତି , ଚାଇନାରେ ପାଣିପାଗ ଏବଂ ଜଳବାୟୁ ପରିବର୍ତ୍ତନ ପରିସ୍ଥିତି ଅତ୍ୟନ୍ତ ଗୁରୁତର। ଦେଶର ଦକ୍ଷିଣ ଭାଗରେ ପ୍ରବଳ ଉତ୍ତାପ ଓ ମରୁଡ଼ି ପରିସ୍ଥିତି ଦେଖା ଦେଇଥିବା ବେଳେ ଉତ୍ତର ଭାଗରେ ବନ୍ୟା ପରିସ୍ଥିତ ସୃଷ୍ଟି ହୋଇଛି। ତେଣୁ ବିପର୍ଯ୍ୟୟ ନିରାକରଣ ଏବଂ ରିଲିଫ କାର୍ଯ୍ୟ ପାଇଁ ଅନେକ ଆହ୍ବାନ ଦିଆଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଆମେ ସ୍ପଷ୍ଟ ଭାବେ ଦେଖିପାରୁଛୁ।

ଜୁନ୍‌ ୧୩ରୁ ଦକ୍ଷିଣ ଚାଇନାରେ ପ୍ରବଳ ଉତ୍ତାପ ଆରମ୍ଭ ହୋଇଥିଲା। ୧୯୬୧ ପରଠାରୁ ଦେଶରେ ପାଣିପାଗ ପରିସ୍ଥିତି ରେକର୍ଡ କରାଯାଉଛି, ସେବେଠାରୁ ଚଳିତବର୍ଷ ସବୁଠାରୁ ଉତ୍ତପ୍ତ ବର୍ଷ ଅଟେ। ଅଗଷ୍ଟ ୧୫ ସୁଦ୍ଧା ଚାଇନାରେ ପ୍ରବଳ ଉତ୍ତାପ ୨୦୧୩ରେ ୬୨ଦିନର ରେକର୍ଡ ଭାଙ୍ଗିଛି। ଅଗଷ୍ଟ ୨୬ରୁ ଦେଶରେ ଉତ୍ତାପ ଟିକେ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri