Posted inଜାତୀୟ

ଜଳ ସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ, ଜନସଂଖ୍ୟା ବିପଦ

ନୂଆଦିଲ୍ଲୀ, ୩୦ା୫(ପି.ଟି.): ଭାରତର ଜଳସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ଗମ୍ଭୀର ବିପଦ ଆଣିଛି। ଏହି ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନିଆ ନ ଗଲେ ଜଳ ସଙ୍କଟ ବଢ଼ିବା ସହ ଏହାର ସାମାଜିକ, ଅର୍ଥନୈତିକ ଓ ପରିବେଶଗତ ପ୍ରଭାବ ଅନୁଭୂତ ହେବ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ଜାତିସଂଘ ରିପୋର୍ଟ ଅନୁଯାୟୀ ୧୪୨ କୋଟିରୁ ଊର୍ଦ୍ଧ୍ୱ ଜନସଂଖ୍ୟା ସହ ଭାରତ ବିଶ୍ୱର ସର୍ବାଧିକ ଜନବହୁଳ ରାଷ୍ଟ୍ରରେ ପରିଣତ ହୋଇଛି। ଜଳସଙ୍କଟର ସମାଧାନ ପାଇଁ ଉନ୍ନତ ଜଳପରିଚାଳନା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଜଳବାୟୁ ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ଚ୍ୟାଲେଞ୍ଜର ସମାଧାନ ପାଇଁ ନୀତିରେ ସଂସ୍କାର ଆଣିବା ସହ ପ୍ରାକୃତିକ ପରିବେଶର ସୁରକ୍ଷା ଆବଶ୍ୟକ। ଜଳବାୟୁ ପରିବର୍ତ୍ତନ ଯୋଗୁ ବୃଷ୍ଟିପାତ ଢାଞ୍ଚା ବଦଳିବା ସହ ସମୁଦ୍ର ଜଳସ୍ତର ବୃଦ୍ଧି ପାନୀୟ ଜଳ ସମସ୍ୟା ସୃଷ୍ଟି କରିଛି। ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃ ସରକାରୀ ପ୍ୟାନେଲ୍‌ର ଅଦିତି ମୁଖାର୍ଜୀ କହିଛନ୍ତି, ବିକୃତ ନୀତି ଓ ପ୍ରୋତ୍ସାହନ ଯୋଗୁ ନିକୃଷ୍ଟ ଜଳପରିଚାଳନା ଭାରତରେ ଦୀର୍ଘଦିନ ଧରି ଜଳ ସମସ୍ୟାର କାରଣ ହୋଇଛି। ସବୁଜ ବିପ୍ଳବ ସମୟରେ ପ୍ରଚଳନ କରାଯାଇଥିବା ଅତ୍ୟଧିକ ଜଳ ଆବଶ୍ୟକ କରୁଥିବା ଫସଲ ଏବଂ ତ୍ରୁଟିପୂର୍ଣ୍ଣ ସହରାଞ୍ଚଳ ଡିଜାଇନ୍‌ ଭାରତର ଜଳ ସମସ୍ୟାର ଅନ୍ୟତମ କାରଣ ବୋଲି ମୁଖାର୍ଜୀ କହିଛନ୍ତି। ଜଳସଙ୍କଟର ସମାଧାନ ଲାଗି ଉପଯୁକ୍ତ ନୀତି, ଅନୁଷ୍ଠାନ, ପ୍ରୋତ୍ସାହନ ଏବଂ ଶାସନ ଜରୁରୀ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri