Posted inଜାତୀୟ

ଜଳ ସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ, ଜନସଂଖ୍ୟା ବିପଦ

ନୂଆଦିଲ୍ଲୀ, ୩୦ା୫(ପି.ଟି.): ଭାରତର ଜଳସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ଗମ୍ଭୀର ବିପଦ ଆଣିଛି। ଏହି ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନିଆ ନ ଗଲେ ଜଳ ସଙ୍କଟ ବଢ଼ିବା ସହ ଏହାର ସାମାଜିକ, ଅର୍ଥନୈତିକ ଓ ପରିବେଶଗତ ପ୍ରଭାବ ଅନୁଭୂତ ହେବ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ଜାତିସଂଘ ରିପୋର୍ଟ ଅନୁଯାୟୀ ୧୪୨ କୋଟିରୁ ଊର୍ଦ୍ଧ୍ୱ ଜନସଂଖ୍ୟା ସହ ଭାରତ ବିଶ୍ୱର ସର୍ବାଧିକ ଜନବହୁଳ ରାଷ୍ଟ୍ରରେ ପରିଣତ ହୋଇଛି। ଜଳସଙ୍କଟର ସମାଧାନ ପାଇଁ ଉନ୍ନତ ଜଳପରିଚାଳନା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଜଳବାୟୁ ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ଚ୍ୟାଲେଞ୍ଜର ସମାଧାନ ପାଇଁ ନୀତିରେ ସଂସ୍କାର ଆଣିବା ସହ ପ୍ରାକୃତିକ ପରିବେଶର ସୁରକ୍ଷା ଆବଶ୍ୟକ। ଜଳବାୟୁ ପରିବର୍ତ୍ତନ ଯୋଗୁ ବୃଷ୍ଟିପାତ ଢାଞ୍ଚା ବଦଳିବା ସହ ସମୁଦ୍ର ଜଳସ୍ତର ବୃଦ୍ଧି ପାନୀୟ ଜଳ ସମସ୍ୟା ସୃଷ୍ଟି କରିଛି। ଜଳବାୟୁ ପରିବର୍ତ୍ତନ ଉପରେ ଆନ୍ତଃ ସରକାରୀ ପ୍ୟାନେଲ୍‌ର ଅଦିତି ମୁଖାର୍ଜୀ କହିଛନ୍ତି, ବିକୃତ ନୀତି ଓ ପ୍ରୋତ୍ସାହନ ଯୋଗୁ ନିକୃଷ୍ଟ ଜଳପରିଚାଳନା ଭାରତରେ ଦୀର୍ଘଦିନ ଧରି ଜଳ ସମସ୍ୟାର କାରଣ ହୋଇଛି। ସବୁଜ ବିପ୍ଳବ ସମୟରେ ପ୍ରଚଳନ କରାଯାଇଥିବା ଅତ୍ୟଧିକ ଜଳ ଆବଶ୍ୟକ କରୁଥିବା ଫସଲ ଏବଂ ତ୍ରୁଟିପୂର୍ଣ୍ଣ ସହରାଞ୍ଚଳ ଡିଜାଇନ୍‌ ଭାରତର ଜଳ ସମସ୍ୟାର ଅନ୍ୟତମ କାରଣ ବୋଲି ମୁଖାର୍ଜୀ କହିଛନ୍ତି। ଜଳସଙ୍କଟର ସମାଧାନ ଲାଗି ଉପଯୁକ୍ତ ନୀତି, ଅନୁଷ୍ଠାନ, ପ୍ରୋତ୍ସାହନ ଏବଂ ଶାସନ ଜରୁରୀ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri