ଜଳବାୟୁ ପରିବର୍ତ୍ତନ: ସଂଶୋଧିତ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ପାଇଁ ଆଗାମୀ ଦିନରେ ଆହୁରି ବିପଦ ସୃଷ୍ଟି କରିବ। ଇଣ୍ଡିଆନ୍‌ ନ୍ୟାଶନାଲ୍‌ ସେଣ୍ଟର ଫର ଓସନ୍‌ ଇନ୍‌ଫର୍ମେଶନ ସର୍ଭିସେସ୍‌ (ଆଇଏନ୍‌ସିଓଆଇଏସ୍‌) ଦ୍ୱାରା ଓଡ଼ିଶାର କୋଷ୍ଟାଲ ଭଲ୍‌ନରେବିଲିଟି ଇଣ୍ଡେକ୍ସ (ସିଭିଆଇ) ପ୍ରସ୍ତୁତ କରାଯାଇଛି। ସମୁଦ୍ର ନିକଟରୁ ୧ କିଲୋମିଟର ବ୍ୟାପୀ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସମଗ୍ର ଅଞ୍ଚଳକୁ ନିମ୍ନ, ମଧ୍ୟମ ଓ ଅତି ଉଚ୍ଚ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ବିଭକ୍ତ କରାଯାଇଛି।

ସେହି ଅନୁଯାୟୀ ଓଡ଼ିଶା ଉପକୂଳର ୬ ଜିଲା ଗଞ୍ଜାମ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସମୁଦ୍ର ଉପକୂଳକୁ ଲାଗି ରହିଥିବା ଗଞ୍ଜାମ ଜିଲାର କିଛି ଅଞ୍ଚଳ, ଚିଲିକା, ପୁରୀର ଦକ୍ଷିଣ ଭାଗ ଏବଂ କେନ୍ଦ୍ରାପଡ଼ା ଜିଲାର ୭୬ କିଲୋମିଟର ଅଞ୍ଚଳକୁ କମ୍‌, ସେହି ଜିଲାଗୁଡ଼ିକର ୨୦୯ କିଲୋମିଟର ବ୍ୟାପ୍ତ ଅଞ୍ଚଳକୁ ମଧ୍ୟମ ଓ ୧୦୭ କିଲୋମିଟର ଇଲାକାକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ପୁରୀ ଜିଲାର ଉତ୍ତର ଭାଗ, ଜଗତ୍‌ସିଂହପୁର ଜିଲାର କେତେକ ଅଞ୍ଚଳ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲାର ଉତ୍ତର ଓ ଦକ୍ଷିଣ ଭାଗ ଏବଂ ଦକ୍ଷିଣ ବାଲେଶ୍ୱର ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ତେବେ ସଦ୍ୟତମ ଅଧ୍ୟୟନ ଅନୁଯାୟୀ ଉପକୂଳବର୍ତ୍ତୀ ସମସ୍ତ ଜିଲା ଜଳବାୟୁ ପରିବର୍ତ୍ତନର କରାଳ ମୁହଁରେ ପଡ଼ି ଭୟଙ୍କର କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ଦେଶର ତଟୀୟ ଅଞ୍ଚଳଗୁଡ଼ିକ ପ୍ରତି ବିପଦ ମାଡି ଆସୁଥିବାରୁ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନ୍ୟାଶନାଲ୍‌ ଡିର୍‌ମାଇନ କଣ୍ଟ୍ରିବ୍ୟୁଶନ(ଏନ୍‌ଡିସି) ଯୋଜନାରେ ଏ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରିବା ସହ ଏକ ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରିବାକୁ କୁହାଯାଇଛି।

ଜଳବାୟୁ ପରିବର୍ତ୍ତନର ମହାବିପଦରୁ ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକୁ ସୁରକ୍ଷା ଦେବା ପାଇଁ ରାଜ୍ୟ ସରକାର ଏକ ସଂଶୋଧିତ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏଥିରେ ୧୦ ବିଭାଗକୁ ସାମିଲ କରାଯାଇଛି। ସେହି ବିଭାଗଗୁଡ଼ିକ ହେଲା ଜଙ୍ଗଲ ଓ ପରିବେଶ, କୃଷି, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଳ ସମ୍ପଦ, ଶକ୍ତି, ମତ୍ସ୍ୟ ଓ ପଶୁ ସମ୍ପଦ, ଶିଳ୍ପ, ଖଣି ଓ ଇସ୍ପାତ, ବାଣିଜ୍ୟ ଓ ପରିବହନ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବିଭାଗଗୁଡ଼ିକ ଜଳବାୟୁ ପରିବର୍ତ୍ତନକୁ ଦେଖି ଯୋଜନା ପ୍ରସ୍ତୁତ କରିଛନ୍ତି। ଉପକୂଳ ଅଞ୍ଚଳଗୁଡ଼ିକରେ ବାୟୁମଣ୍ଡଳରୁ ଅଙ୍ଗାରକାମ୍ଳ ବାଷ୍ପର ହାର କମାଇବା ପାଇଁ ବ୍ୟାପକ ବୃକ୍ଷରୋପଣ କରାଯିବ। ଏଥିସହିତ ସମୁଦ୍ରର ଗତିବିଧି ଉପରେ ବରାବର ଅଧ୍ୟୟନ କରାଯିବ। ଉପକୂଳ ଅଞ୍ଚଳରେ ଜୈବ ବିବିଧତା ବଜାୟ ରଖିବାକୁ ଆବଶ୍ୟକ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯିବ। ସଂଶୋଧିତ ଆକ୍ସନ୍‌ ପ୍ଲାନ୍‌ ଜୁନ୍‌ ସୁଦ୍ଧା କେନ୍ଦ୍ର ସରକାରଙ୍କ ଅନୁମୋଦନ ପାଇଁ ପଠାଯିବାକୁ ଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଏଥିରେ ବିଳମ୍ବ ହୋଇଛି। ଆଇଏନ୍‌ସିଓଆଇଏସ୍‌ ଅନୁମୋଦନ ପରେ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ପରିବେଶ ନିର୍ଦ୍ଦେଶକ ସୁରେଶ ପନ୍ଥ କହିଛନ୍ତି।

ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ଏକ ୫ ବର୍ଷିଆ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଥିଲା। ଏଥିରେ ଆବଶ୍ୟକ କେତେକ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଥିଲେ। ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଆବଶ୍ୟକ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri