ଜଳବାୟୁ ପରିବର୍ତ୍ତନ: ସଂଶୋଧିତ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ପାଇଁ ଆଗାମୀ ଦିନରେ ଆହୁରି ବିପଦ ସୃଷ୍ଟି କରିବ। ଇଣ୍ଡିଆନ୍‌ ନ୍ୟାଶନାଲ୍‌ ସେଣ୍ଟର ଫର ଓସନ୍‌ ଇନ୍‌ଫର୍ମେଶନ ସର୍ଭିସେସ୍‌ (ଆଇଏନ୍‌ସିଓଆଇଏସ୍‌) ଦ୍ୱାରା ଓଡ଼ିଶାର କୋଷ୍ଟାଲ ଭଲ୍‌ନରେବିଲିଟି ଇଣ୍ଡେକ୍ସ (ସିଭିଆଇ) ପ୍ରସ୍ତୁତ କରାଯାଇଛି। ସମୁଦ୍ର ନିକଟରୁ ୧ କିଲୋମିଟର ବ୍ୟାପୀ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସମଗ୍ର ଅଞ୍ଚଳକୁ ନିମ୍ନ, ମଧ୍ୟମ ଓ ଅତି ଉଚ୍ଚ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ବିଭକ୍ତ କରାଯାଇଛି।

ସେହି ଅନୁଯାୟୀ ଓଡ଼ିଶା ଉପକୂଳର ୬ ଜିଲା ଗଞ୍ଜାମ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସମୁଦ୍ର ଉପକୂଳକୁ ଲାଗି ରହିଥିବା ଗଞ୍ଜାମ ଜିଲାର କିଛି ଅଞ୍ଚଳ, ଚିଲିକା, ପୁରୀର ଦକ୍ଷିଣ ଭାଗ ଏବଂ କେନ୍ଦ୍ରାପଡ଼ା ଜିଲାର ୭୬ କିଲୋମିଟର ଅଞ୍ଚଳକୁ କମ୍‌, ସେହି ଜିଲାଗୁଡ଼ିକର ୨୦୯ କିଲୋମିଟର ବ୍ୟାପ୍ତ ଅଞ୍ଚଳକୁ ମଧ୍ୟମ ଓ ୧୦୭ କିଲୋମିଟର ଇଲାକାକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ପୁରୀ ଜିଲାର ଉତ୍ତର ଭାଗ, ଜଗତ୍‌ସିଂହପୁର ଜିଲାର କେତେକ ଅଞ୍ଚଳ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲାର ଉତ୍ତର ଓ ଦକ୍ଷିଣ ଭାଗ ଏବଂ ଦକ୍ଷିଣ ବାଲେଶ୍ୱର ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ତେବେ ସଦ୍ୟତମ ଅଧ୍ୟୟନ ଅନୁଯାୟୀ ଉପକୂଳବର୍ତ୍ତୀ ସମସ୍ତ ଜିଲା ଜଳବାୟୁ ପରିବର୍ତ୍ତନର କରାଳ ମୁହଁରେ ପଡ଼ି ଭୟଙ୍କର କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ଦେଶର ତଟୀୟ ଅଞ୍ଚଳଗୁଡ଼ିକ ପ୍ରତି ବିପଦ ମାଡି ଆସୁଥିବାରୁ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନ୍ୟାଶନାଲ୍‌ ଡିର୍‌ମାଇନ କଣ୍ଟ୍ରିବ୍ୟୁଶନ(ଏନ୍‌ଡିସି) ଯୋଜନାରେ ଏ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରିବା ସହ ଏକ ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରିବାକୁ କୁହାଯାଇଛି।

ଜଳବାୟୁ ପରିବର୍ତ୍ତନର ମହାବିପଦରୁ ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକୁ ସୁରକ୍ଷା ଦେବା ପାଇଁ ରାଜ୍ୟ ସରକାର ଏକ ସଂଶୋଧିତ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏଥିରେ ୧୦ ବିଭାଗକୁ ସାମିଲ କରାଯାଇଛି। ସେହି ବିଭାଗଗୁଡ଼ିକ ହେଲା ଜଙ୍ଗଲ ଓ ପରିବେଶ, କୃଷି, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଳ ସମ୍ପଦ, ଶକ୍ତି, ମତ୍ସ୍ୟ ଓ ପଶୁ ସମ୍ପଦ, ଶିଳ୍ପ, ଖଣି ଓ ଇସ୍ପାତ, ବାଣିଜ୍ୟ ଓ ପରିବହନ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବିଭାଗଗୁଡ଼ିକ ଜଳବାୟୁ ପରିବର୍ତ୍ତନକୁ ଦେଖି ଯୋଜନା ପ୍ରସ୍ତୁତ କରିଛନ୍ତି। ଉପକୂଳ ଅଞ୍ଚଳଗୁଡ଼ିକରେ ବାୟୁମଣ୍ଡଳରୁ ଅଙ୍ଗାରକାମ୍ଳ ବାଷ୍ପର ହାର କମାଇବା ପାଇଁ ବ୍ୟାପକ ବୃକ୍ଷରୋପଣ କରାଯିବ। ଏଥିସହିତ ସମୁଦ୍ରର ଗତିବିଧି ଉପରେ ବରାବର ଅଧ୍ୟୟନ କରାଯିବ। ଉପକୂଳ ଅଞ୍ଚଳରେ ଜୈବ ବିବିଧତା ବଜାୟ ରଖିବାକୁ ଆବଶ୍ୟକ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯିବ। ସଂଶୋଧିତ ଆକ୍ସନ୍‌ ପ୍ଲାନ୍‌ ଜୁନ୍‌ ସୁଦ୍ଧା କେନ୍ଦ୍ର ସରକାରଙ୍କ ଅନୁମୋଦନ ପାଇଁ ପଠାଯିବାକୁ ଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଏଥିରେ ବିଳମ୍ବ ହୋଇଛି। ଆଇଏନ୍‌ସିଓଆଇଏସ୍‌ ଅନୁମୋଦନ ପରେ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ପରିବେଶ ନିର୍ଦ୍ଦେଶକ ସୁରେଶ ପନ୍ଥ କହିଛନ୍ତି।

ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ଏକ ୫ ବର୍ଷିଆ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଥିଲା। ଏଥିରେ ଆବଶ୍ୟକ କେତେକ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଥିଲେ। ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଆବଶ୍ୟକ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?