Posted inଜାତୀୟ

ଓଡ଼ିଶାକୁ ଜଳବାୟୁ ପରିବର୍ତ୍ତନ ବିପଦ

ନୂଆଦିଲ୍ଲୀ, ୧୮।୪: ଓଡ଼ିଶା ସମେତ ଦେଶର ୮ ରାଜ୍ୟ ପ୍ରତି ଜଳବାୟୁ ପରିବର୍ତ୍ତନ ଜନିତ ବିପଦ ସର୍ବାଧିକ ବୋଲି ଏକ ରିପୋର୍ଟରେ କୁହାଯାଇଛି। ଅନ୍ୟ ରାଜ୍ୟଗୁଡ଼ିକ ହେଲା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମିଜୋରାମ, ଛତିଶଗଡ଼, ଆସାମ, ବିହାର ଏବଂ ଅରୁଣାଚଳପ୍ରଦେଶ। ପୂର୍ବ ହିମାଳୟ ପାର୍ବତ୍ୟାଞ୍ଚଳ ସବୁଠୁ ଅସୁରକ୍ଷିତ ବୋଲି ନ୍ୟାଶନାଲ କ୍ଲାଇମେଟ ଭଲ୍‌ନରେବିଲିଟି ଆସେସ୍‌ମେଣ୍ଟ ରିପୋର୍ଟରେ କୁହାଯାଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଉକ୍ତ ରିପୋର୍ଟ ପ୍ରସ୍ତୁତ କରିଛି। ଆସାମ, ବିହାର ଏବଂ ଝାଡ଼ଖଣ୍ଡର ୬୦ ପ୍ରତିଶତରୁ ଅଧିକ ଜିଲା ସର୍ବାଧିକ ଅସୁରକ୍ଷିତ ବୋଲି ରିପୋର୍ଟରେ କୁହାଯାଇଛି। ଜଳବାୟୁ ଜନିତ ବିପଦର ଆକଳନ କରିବା ଲାଗି ଏହା ପ୍ରଥମ ପଦକ୍ଷେପ। ଏହାକୁ ନେଇ ଆଗାମୀ ଦିନରେ ସେକ୍ଟର ତଥା ଉପଖଣ୍ଡ ସ୍ତରୀୟ ଅସୁରକ୍ଷିତତାର ଆକଳନ କରାଯିବ ବୋଲି ଜଳବାୟୁ ପରିବର୍ତ୍ତନ କାର୍ଯ୍ୟକ୍ରମର ମୁଖ୍ୟ ଡ. ଅଖିଳେଶ ଗୁପ୍ତା କହିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଏବଂ ସ୍ବିସ୍‌ ଏଜେନ୍ସି ଫର ଡେଭେଲପମେଣ୍ଟ ଆଣ୍ଡ କୋଅପରେଶନ ମିଳିତ ଭାବେ କରିଥିବା ଉକ୍ତ ଆକଳନରେ ୨୪ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରୁ ୯୪ ପ୍ରତିନିଧି ଯୋଗ ଦେଇଥିଲେ। ଉପଯୁକ୍ତ ଜଳବାୟୀ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବାରେ ଏହି ଆକଳନ ସହାୟକ ହେବ ବୋଲି କୁହାଯାଉଛି। ଏହାଦ୍ୱାରା ଉନ୍ନତ ମାନର ଜଳବାୟୁ ପରିବର୍ତ୍ତନ ଆଡାପ୍ଟେଶନ ପ୍ରୋଜେକ୍ଟ ମାଧ୍ୟମରେ ଅଧିକ ବିପଦ ଥିବା ଅଞ୍ଚଳର ଲୋକଙ୍କ ସୁରକ୍ଷା ନେଇ ପଦକ୍ଷେପ ନିଆଯାଇପାରିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri