ଷ୍ଟାର୍ଟଅପ୍‌ ପ୍ରମୁଖ ଭୂମିକା ଗ୍ରହଣ କରିବ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌:ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜନ ହେବାକୁ ଥିବା ଏହି ଯୁବ ସମ୍ମିଳନୀରେ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରରୁ ଯୁବ ପରିବେଶବିତ୍‌ମାନେ ଯୋଗଦେବେ। ଏଥିସହିତ ରାଜ୍ୟର ବହୁ ଶିକ୍ଷାନୁଷ୍ଠାନରୁ ଯୁବବକ୍ତା ଅଂଶଗ୍ରହଣ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବେ। ଯୁବ ପରିବେଶବିତ୍‌ଙ୍କ ସମ୍ପର୍କରେ…

‘ଧରିତ୍ରୀ’ ପକ୍ଷରୁ ଆୟୋଜନ ହେବାକୁ ଥିବା ଯୁବ ସମ୍ମିଳନୀରେ ମହାରାଷ୍ଟ୍ରର ନେହା ଶିବାଜୀ ନାଏକଓ୍ବାଡ଼େ ଯୁବ ପରିବେଶବିତ୍‌ ଭାବେ ଯୋଗଦେବେ। ନେହା ପେସାରେ ଜଣେ ମେକାନିକାଲ ଇଞ୍ଜିନିୟର। କିନ୍ତୁ ପରିବେଶ ସୁରକ୍ଷା ପାଇଁ ନିଜକୁ ସମର୍ପିତ କରିଛନ୍ତି। ବିଶେଷ କରି ଶୂନ୍ୟ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି। ପରିବେଶ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ନେହାଙ୍କୁ ମିଳିତ ଜାତିସଂଘ ୟୁଥ୍‌ କ୍ଲାଇମେଟ୍‌ ଲିଡର ଭାବେ ମନୋନୀତ କରିଛି। ଯୁବ ଉଦ୍ୟୋଗୀ ନେହା ମୁମ୍ବାଇ ବିଶ୍ୱବିଦ୍ୟାଳୟରୁ ମେକାନିକାଲ ଇଞ୍ଜିନିୟରିଂ କରିଛନ୍ତି। ଶୂନ୍ୟ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ କାର୍ଯ୍ୟ କରୁଥିବା ‘ପରଓ୍ବାହ’ ଯୁବ ସଂସ୍ଥାର ସେ ସହ ପ୍ରତିଷ୍ଠାତା(କୋ-ଫାଉଣ୍ଡର) ଅଛନ୍ତି। ନେହା ଏକ କ୍ଲାଇମେଟ୍‌ ଡାଟା ପ୍ରୋଗ୍ରାମ୍‌ ନିର୍ମାଣ କରିଛନ୍ତି, ଯାହାକି ଏଆଇ-ଏମ୍‌ଏଲ୍‌, ବିଗ୍‌ ଡାଟା ଏବଂ ଆଡ୍‌ଭାନ୍ସଡ୍‌ କ୍ଲାଇମେଟ୍‌ ମଡେଲିଂ ଭଳି ଡାଟା ଟେକ୍ନୋଲୋଜି ସହିତ ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରୁଥିବା ଷ୍ଟାର୍ଟଅପ୍‌ଗୁଡ଼ିକୁ ସମର୍ଥନ କରିବା ଏହି ପ୍ରୋଗ୍ରାମର ଲକ୍ଷ୍ୟ ରହିଛି। ୟଙ୍ଗ୍‌ ଲିଡର୍ସ ଫର୍‌ ଆକ୍ଟିଭ ସିଟିଜେନଶିିପ୍‌ (ଓ୍ବାଇଏଲ୍‌ଏସି)ରେ ଆକ୍ସନ ଫେଲୋ ଭାବେ ନୀତି ନିର୍ଣ୍ଣୟ ଏବଂ ସିଏସ୍‌ଆର୍‌ ପଦକ୍ଷେପ ଉପରେ ସେ ବ୍ୟାପକ କାର୍ଯ୍ୟ କରିଛନ୍ତି। ସେ ବର୍ତ୍ତମାନ କ୍ଲାଇମେଟ୍‌ କଲେକ୍ଟିଭ୍‌ ଫାଉଣ୍ଡେଶନର ପ୍ରୋଜେକ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି। ଯେଉଁଠି ସେ ଜଳବାୟୁ ଭିତ୍ତିକ ଷ୍ଟାର୍ଟଅପ୍‌କୁ ସୁଦୃଢ଼ କରିବା ଏବଂ ପ୍ରାରମ୍ଭିକ ପର୍ଯ୍ୟାୟରେ ଜଳବାୟୁ-ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବାରେ ସାହାଯ୍ୟ କରୁଛନ୍ତି। ନେହା ୟୁନାଇଟେଡ୍‌ ନେସନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ(ୟୁଏନ୍‌ଡିପି) ୟୁଥ୍‌ କୋ-ଲ୍ୟାବ୍‌ର ଅନ୍ୟତମ ସଦସ୍ୟ ରହିଛନ୍ତି। ନେହା କୁହନ୍ତି, ଜଳବାୟୁ ବିପଦକୁ ବୁଝିବା ଏବଂ ପରିଚାଳନା ପାଇଁ ଅଭିନବତ୍ୱକୁ ବ୍ୟାପକ ଏବଂ ପ୍ରଯୁକ୍ତିର ବ୍ୟବହାର କରିବା ଜରୁରୀ ଅଟେ। ଏହି ନୂତନ ପ୍ରଯୁକ୍ତି ଏବଂ ସମାଧାନର ବିକାଶ ପାଇଁ ଷ୍ଟାର୍ଟଅପ୍‌ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri