କ୍ଲିନିକ୍‌ ମାଲିକଙ୍କ ଧମକ: କେସ୍‌ ନ ଉଠାଇଲେ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ସାହାରା ନର୍ସିଂହୋମ୍‌ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଗତ ମେ’ ୧୧ ତାରିଖ ରାତି ପ୍ରାୟ ୧୦ ଟାରେ ସିଙ୍ଗପୁର ଗ୍ରାମର ମାଗୁଣି ନାୟକଙ୍କ ଝିଅ ରୋଜି ନାୟକ ଏବଂ ନବଜାତକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ନର୍ସିଂହୋମ ମାଲିକ ମଙ୍ଗୁଳୁ ପ୍ରଧାନ, ଅପରେଶନ କରିଥିବା ନର୍ସିଂହୋମର ଡାକ୍ତର, ମହିଳା ସ୍ବାସ୍ଥ୍ୟକର୍ମୀ, ଆଶାକର୍ମୀ ପ୍ରମୁଖଙ୍କ ଅବହେଳାରୁ ତାଙ୍କ ସ୍ତ୍ରୀ ଓ ଛୁଆଙ୍କ ମୃତ୍ୟୁ ଘଟିଥିବା ନେଇ ପାଟପୁର ଥାନା କଲରାପଦର ଗ୍ରାମର ରୋଜିଙ୍କ ସ୍ବାମୀ ବାବୁ ନାୟକ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର କେସ୍‌ ନଂ ନଂ.୧୭୪/୨୫ ଅନୁଯାୟୀ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଏହି ମାମଲାରେ ସମ୍ପୃକ୍ତ କ୍ଳିନିକ ମାଲିକ ମଙ୍ଗୁଳୁ ଗିରଫ ଭୟରେ ଫେରାର ଥିବା ବେଳେ ଡେଙ୍ଗାଓସ୍ତା ଗ୍ରାମ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ର ମହିଳା ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରୁଥିବା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ବୈକୁଣ୍ଠନଗର ୪ର୍ଥ ଲେନ୍‌ରେ ରହୁଥିବା ମଧୁ ଓରଫ ମଧୁସ୍ମିତା ପଟ୍ଟନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଜ୍ୟୋତି ରଞ୍ଜନ ବେହେରା ଗତ ମେ’ ୧୯ରେ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଲିନିକ ମାଲିକ ମଙ୍ଗୁଳୁ ତାଙ୍କ ସହଯୋଗୀ ଅଶ୍ୱିନୀ ଦୋରା ଏବଂ ଅନ୍ୟ ୨ ଜଣଙ୍କୁ ଗତ ଜୁଲାଇ ୩୦ରେ ରୋଜିଙ୍କ ବାପା ମାଗୁଣିଙ୍କୁ ଭେଟି ଯେତେ ଚଞ୍ଚଳ ପାରିବ କେସ୍‌ ଉଠାଇ ଦିଅ। କେସ ନ ଉଠାଇଲେ ଜୀବନରେ ମାରିଦେବୁ। ପରିବାର ଲୋକଙ୍କ ପରିସ୍ଥିତି ଖରାପ କରିଦେବୁ ବୋଲ ଧମକ ଦେଇଥିଲେ। ଗତ ବୁଧବାର ମାଗୁଣି ଡେଙ୍ଗାଓସ୍ତା ଗ୍ରାମ ବଜାରକୁ ଯାଇଥିବା ବେଳେ ଗାଁ ଛକରେ କ୍ଲିନିକ ମାଲିକ ମଙ୍ଗୁଳୁ ତାଙ୍କୁ ଭେଟି କେସ୍‌ କଥା କ’ଣ ହେଲା। ମାଗୁଣି କୌଣସି ପ୍ରତ୍ୟୁତ୍ତର ନ ଦେବାରୁ ସେ ତାଙ୍କୁ ଅସଭ୍ୟ ଭାଷାରେ ଗାଳି କରି ଚଞ୍ଚଳ କେସ୍‌ ସମାଧାନ କର ନହେଲେ ପରିସ୍ଥିତି ଭୟାବହ ହେବ। ତୋତେ ଶେଷ କରିବାକୁ ମୋତେ ବେଶୀ ସମୟ ଲାଗିବ ନାହିଁ। କେସ୍‌ରେ ସାକ୍ଷ୍ୟ ପ୍ରମାଣ ଦେବୁ ନାହିଁ ବୋଲି ଧମକ ଦେଇଥିବା ନେଇ ମାଗୁଣି ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ମାମଲା ନଂ.୨୮୪/୨୫ ଅନୁଯାୟୀ ମୋକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ୍‌.ଆଇ ସୋଫିଆ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Sunetra Pawar: NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ ସୁନେତ୍ରା, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri