୧୮ ପର୍ଯ୍ୟନ୍ତ ଭିସୁଟ୍‌, ୨୦ ଯାଏ ଜ୍ୟୋତିବିହାର ବନ୍ଦ

ସମ୍ବଲପୁର,୧୩ା୭(ବ୍ୟୁରୋ)-ସମ୍ବଲପୁର ଜିଲା ବୁର୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ) ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ବନ୍ଦ କରାଯାଇଛି। ଭିସୁଟକୁ ଜୁଲାଇ ୧୮ ଏବଂ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ଜୁଲାଇ ୨୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇ ସମସ୍ତ କର୍ମଚାରୀଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ, ଭିସୁଟ ସିଭିଲ ଇଞ୍ଜିନିୟରିଂ ବିଭାଗର ଜଣେ ଅଧ୍ୟାପିକା କରୋନା ସଂକ୍ରମିତ ହୋଇଥିଲେ। ତାଙ୍କ ସଂସ୍ପର୍ଶରେ ଆସି ପ୍ରଥମେ ସିଭିଲ ବିଭାଗର ପ୍ରଫେସର, ଆସୋସିଏଟ ପ୍ରଫେସର ଓ ଆକାଉଣ୍ଟ ବିଭାଗର ଅସ୍ଥାୟୀ କର୍ମଚାରୀ,ଏଷ୍ଟାବ୍ଲିସମେଣ୍ଟ ସେକ୍ସସନର ଜଣେ କର୍ମଚାରୀ କରୋନା ଚିହ୍ନଟ ହୋଇଥିଲେ । ୨ ଦିନ ପରେ ଆଉ ୪ ଜଣ ଚିହ୍ନଟ ହୋଇଥିଲେ । ଏହାକୁ ନେଇ ବୁର୍ଲାରେ ଭୟର ବାତାବରଣ ଖେଳି ଯାଇଥିଲା । ସେହିପରି ବୁର୍ଲାରେ ସଂକ୍ରମଣ ବୃଦ୍ଧି ଯୋଗୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ରେଜିର୍ଷ୍ଟାର କାଯର୍‌ୟାଳୟ ପକ୍ଷରୁ ଚିଠି ନଂ. ୨୭୫୪/୨୦ରେ ଜୁଲାଇ ରୁ ୧୩ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ କରାଯାଇଥିଲା। ସେହିପରି ଭିସୁଟକୁ ଜୁଲାଇ ୩ ରୁ ୧୧ ଜୁଲାଇ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?