ବିଏମ୍‌ସି ପକ୍ଷରୁ ‘କ୍ଲୋଜ୍‌ ଦି କେୟାର ଗ୍ୟାପ୍‌’ ଅଭିଯାନ

ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ହେଲ୍‌ଥ ୟୁନିଟ୍‌ ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି)ର କ୍ୟାନ୍‌ସର ଡିର୍ପାଟମେଣ୍ଟ ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘କ୍ଲୋଜ୍‌ ଦି କେୟାର ଗ୍ୟାପ୍‌’ ଶୀର୍ଷିକ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନ ଜରିଆରେ ରୋଗୀଙ୍କୁ ଆଗାମୀ ଦିନରେ ସଚେତନତା କରାଇବା ସହ କର୍କଟଠାରୁ କିଭଳି ମୁକ୍ତି ପାଇପାରିବା ବା ରୋଗ ସହ ଲଢ଼ିବାର କୌଶଳ ବିଷୟରେ ଅବଗତ ହେବା ସେ ବିଷୟରେ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏ ସମ୍ପର୍କରେ ବିଏମ୍‌ସିର ଚେୟାରମ୍ୟାନ ଜ୍ୟୋତି ଅଗ୍ରଓ୍ବାଲ କହିଛନ୍ତି, ଦେଶବାସୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସହ ସ୍ବାସ୍ଥ୍ୟର ରକ୍ଷଣାବେକ୍ଷଣ ପାଇଁ ଆମେ ଅଧିକ ସକ୍ରିୟ ପଦକ୍ଷେପ ଗ୍ରହଣ କରୁଛୁ। ଏପରିକି ବାଲ୍‌କୋ ମେଡିକାଲ ଜରିଆରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରୁଛି ବୋଲି ସେ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁରଠାରେ ବିଏମ୍‌ସିର ଏକ ୧୭୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଚିକିସତ୍ା କେନ୍ଦ୍ର ଅବସ୍ଥିତ। ଚଳିତବର୍ଷ କ୍ଲୋଜ୍‌ ଦି କେୟାର ଗ୍ୟାପ୍‌’ର ବିଷୟବସ୍ତୁ ଉପରେ ଉକ୍ତ ରୋଗର ନିରାକରଣ ପାଇଁ ବାଲ୍‌କୋ ମେଡିକାଲ କେନ୍ଦ୍ର ପକ୍ଷରୁ ଏକ ଓ୍ବେବିନାର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଅନୀଲ ଅଗ୍ରଓ୍ବାଲ ଫାଉଣ୍ଡେଶନ ଏବଂ ବେଦାନ୍ତ ମେଡିକାଲ ରିସର୍ଚ୍ଚ ଫାଉଣ୍ଡେଶନର ମିଳିତ ସହଯୋଗରେ ବିଏମ୍‌ସି ଅନେକ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରିଛି। ଏପରିକି ଲୋକଙ୍କୁ ଯଥା ସମୟରେ ପ୍ରତିଷେଧକ ଯାଞ୍ଚ ତଥା ରୋଗ ହ୍ରାସ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri