ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ଭୁବନେଶ୍ୱର,୨୮ା୩: ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ସିଡ୍ୟୁଲ ଏରିଆରେ ସର୍ବନିମ୍ନ ୨୦ ପିଲା ଥିଲେ  ବନ୍ଦ ହୋଇପଡ଼ିଥିବା ସ୍କୁଲ ପୁଣି ଖୋଲିବ। ନନ୍‌ ସିଡ୍ୟୁଲ ଏରିଆରେ ସର୍ବନିମ୍ନ ୪୦ ପିଲା ଥିଲେ ସ୍କୁଲ ଖୋଲିବ ବୋଲି ଗୃହରେ ମନ୍ତ୍ରୀ କହିଛନ୍ତି। ସମୁଦାୟ ୫,୬୩୨ ସ୍କୁଲକୁ ମିଶ୍ରଣ କରିଥିଲେ। ୨ହଜାର ୧୫୨ ସାଟେଲାଇଟ୍‌ ସ୍କୁଲକୁ ମିଶ୍ରଣ କରାଯାଇଛି।

ଗତ ସରକାର ଅମଳରେ ଅନେକ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ ଅନେକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବଢ଼ିଲାଣି। ତେଣୁ ଉକ୍ତ ସ୍କୁଲଗୁଡ଼ିକୁ ପୁଣି ଖୋଲିବା ପାଇଁ କିଛି ପଦକ୍ଷେପ ନେବେ କି ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଅତାବିରାର ଭାଜପା ବିଧାୟକ ନିହାର ରଞ୍ଜନ ମହାନନ୍ଦ। ଏହା ପରେ ମନ୍ତ୍ରୀ ତାଙ୍କର ଉତ୍ତର ରଖିଛନ୍ତି।

ସେହିପରି ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ରାଜ୍ୟରେ ଘରୋଇ ଇଂଲିଶ ମିଡିୟମ ସ୍କୁଲ ଏବଂ ଘରୋଇ ମହାବିଦ୍ୟାଳୟଗୁଡ଼ିକ ସଂଖ୍ୟା କେତେ ତା’ର ଜିଲାଓ୍ବାରି ତାଲିକା ପ୍ରଦାନ କରିବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଘରୋଇ ଇଂଲିଶ ମିଡିୟମ ସ୍କୁଲ ଏବଂ ଘରୋଇ ମହାବିଦ୍ୟାଳୟଗୁଡ଼ିକରେ ମନଇଚ୍ଛା ଶିକ୍ଷାଦାନ ଏବଂ ପାଉଣା ନେବା ଦ୍ୱାରା ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି ବୋଲି ବିଧାୟକ ମନ୍ତ୍ରୀଙ୍କୁ କହିଥିଲେ। ଏହା ଉପରେ ସରକାର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଛି କି ନାହିଁ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ମନ୍ତ୍ରୀ ମଧ୍ୟ ଏହାର ଉତ୍ତର ରଖିଛନ୍ତି।

ଆଜି ପ୍ରଶ୍ନକାଳ ସୁରୁଖୁରୁରେ ଚାଲିଥିବାବେଳେ ବିଭିନ୍ନ ବିଭାଗର ମନ୍ତ୍ରୀ ସେମାନଙ୍କ ଉତ୍ତର ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri