ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ଯୁକ୍ତ ୨ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ତେବେ ଦଶମ ପିଲାଙ୍କ ସମେଟିଭ ପରୀକ୍ଷା ଚାଲୁ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି। ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି, ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ଘରୋଇ ଏବଂ ଅନ୍ୟ ବୋର୍ଡର ସ୍କୁଲଗୁଡିକରେ ଚାଲୁଥିବା ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ୭ ତାରିଖରୁ ବନ୍ଦ ରହିବ। ଦଶମ ଓ ଦ୍ୱାଦଶ ଶ୍ରେଣୀର କମ୍‌ ପିଲାଙ୍କୁ ନେଇ ଡାଉଟ୍‌ କ୍ଲିଅରିଂ କ୍ଲାସ କରାଯାଇପାରିବ। ହେଲେ ଏ ନେଇ ସେମାନେ ଅଭିଭାବକମାନଙ୍କ ଦସ୍ତଖତ ଆଣିବା ପରେ ପିଲାଙ୍କୁ କ୍ଲାସରେ ସାମିଲ କରାଯିବ। କୋଭିଡ୍‌ ନିୟମ ମାନି ସମେଟିଭ ପରୀକ୍ଷା ଜାରି ରଖିବାକୁ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାସାର ବଡ଼ ଘୋଷଣା: ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩ା୭:ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri