ମହାପ୍ରଭୁଙ୍କ ଜମିରେ ଥିବା ୧୪୭ କ୍ରଶର ବନ୍ଦ ନିର୍ଦ୍ଦେଶ

ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଖୋର୍ଦ୍ଧା ଓ ବେଗୁନିଆ ଅଞ୍ଚଳରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିରେ ସମୁଦାୟ ୨୩୨ଟି କ୍ରଶର ୟୁନିଟ ରେକର୍ଡଭୁକ୍ତ ହୋଇଥିବା ବିଷୟରେ ଅବଗତ ହୋଇଥିଲେ। ସେଥିମଧ୍ୟରୁ ୨୦୨୨-୨୩ ମସିହା ପାଇଁ ୮୫ଟି କ୍ରସର ୟୁନିଟ ଶ୍ରୀମନ୍ଦିର ପ୍ରଶାସନ ସହ ବିଧିବଦ୍ଧ ଭାବେ ବୁଝାମଣା ସ୍ବାକ୍ଷର କରିଥିଲେ। ତନ୍ମଧ୍ୟରୁ ଚଳିତ ବର୍ଷ ୨୦୨୩-୨୪ ପାଇଁ ୫୨ଟି କ୍ରଶର ୟୁନିଟ ପକ୍ଷରୁ ନବୀକରଣ ଆବେଦନ ଦାଖଲ ହୋଇଛି। ତେଣୁ ଏହି ୟୁନିଟଗୁଡ଼ିକର ଆବେଦନ ତଥା ପ୍ରଣାମୀ ଦାଖଲକୁ ବିଚାରକୁ ନେଇ ବୁଝାମଣା ନବୀକରଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଖିଲାପକାରୀ ୧୪୭ଟି କ୍ରଶର ୟୁନିଟ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ବିଦ୍ୟୁତ ବିଭାଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିବା ମୁଖ୍ୟ ପ୍ରଶାସକ ଦାସ ଗୁରୁବାର ସୂଚନା ଦେଇଛନ୍ତି। ସେହିପରି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମି ଉପରେ ଖୋର୍ଦ୍ଧା ଓ ବେଗୁନିଆ ଅଞ୍ଚଳରେ ଥିବା ୧୪୭ଟି କ୍ରଶର ୟୁନିଟ ତୁରନ୍ତ ବନ୍ଦ କରିବାକୁ ଖୋର୍ଦ୍ଧା ଜିଲାପାଳଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଅବଗତ କରିଛି। ଏସବୁ କ୍ରସରର ବିଦ୍ୟୁତ କାଟ୍‌ ପାଇଁ ଟିପିସିଓଡିଏଲକୁ କୁହାଯାଇଥିବାବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଦିଆଯାଇଥିବା ଅନୁମତି ପ୍ରତ୍ୟାହାର ଲାଗି ଅବଗତ କରାଯାଇଛି। ବକେୟା ଅର୍ଥ ଆଦାୟ ନିମନ୍ତେ ଓପିଡିଆର୍‌ ଆକ୍ଟରେ ମାମଲା ରୁଜୁ ପାଇଁ ଜିଲାପାଳ ଏବଂ ଉପଜିଲାପାଳଙ୍କୁ ଅବଗତ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମୀକ୍ଷା ଅବସରରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?