ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ମହଙ୍ଗା ପଡିଛି। ପ୍ରଧାନଶିକ୍ଷକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗୁରୁବାର ଏହି ବିଦ୍ୟାଳୟରେ ମାତ୍ର ୬ ଜଣ ଛାତ୍ରୀଛାତ୍ର ଆସିଥିବା ହେତୁ ପ୍ରଧାନ ଶିକ୍ଷକଙ୍କ ସମେତ ଅନ୍ୟ ସହକାରୀ ଶିକ୍ଷକମାନେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟ ଛୁଟିକରି ତାଲା ପକାଇ ଚାଲିଯାଇଥିଲେ। ଏନେଇ ବିଇଓଙ୍କ ଦୃଷ୍ଟିକୁ ଆସିବା ପରେ ସ୍ଥାନୀୟ ସିଆର୍‌ସିସି ଶିସ୍ତୁଭକ୍ତ ସିହ୍ନା ଓ ଏବିଇଓ ସୁଶୀଲ ପାତ୍ରଙ୍କୁ ତଦାରଖ ପାଇଁ ପଠାଇଥିଲେ। ଦୁଇ ଅଧିକାରୀ ଅପରାହ୍ନ ଦୁଇଟାରେ ବିଦ୍ୟାଳୟରେ ପହଞ୍ଚତ୍ଥିଲେ ମଧ୍ୟ ବିଦ୍ୟାଳୟ ବନ୍ଦ ଥିବା ଦେଖି ବିଇଓ ସୀତାରାମ ପାତ୍ରଙ୍କୁ ରିପୋର୍ଟ କରିଥିଲେ।ଏହାକୁ ଭିତ୍ତି କରି ଚିଠି ନମ୍ବର ୧୨୫୩/୨୬ ଅନୁସାରେ ପ୍ରଧାନ ଶିକ୍ଷକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି।
ସୂଚନାଯୋଗ୍ୟ, ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟରେ ୬୯ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ୫ ଜଣ ଶିକ୍ଷକ ରହିଛନ୍ତି । ଗୁରୁବାର ବିଦ୍ୟାଳୟରେ ୬ ଜଣ ଛାତ୍ରୀଛାତ୍ର ଉପସ୍ଥିତ ଥିବା ବେଳେ ମଧ୍ୟାହ୍ନଭୋଜନ ଉପସ୍ଥାନ ଖାତାରେ ୬୬ ଜଣ ଛାତ୍ରୀଛାତ୍ର ଉପସ୍ଥିତ ଥିବା ଏବଂ ସେମାନେ ମଧ୍ୟାହ୍ନ ଭୋଜନଖାଇଛନ୍ତି ବୋଲି ଦର୍ଶାଯାଇଥିବା କେତେଜଣ ଗ୍ରାମବାସୀ ପ୍ରକାଶ କରିଛନ୍ତି । ବ୍ଲକର ଅନେକ ବିଦ୍ୟାଳୟରେ ଏଭଳି ଘଟଣା ଘଟୁଥିବା ବେଳେ ସବୁ ଘଟଣା ବିଇଓ, ଏବିଇଓ ଏବଂ ସିଆର୍‌ସିସିଙ୍କ ନଜରକୁ ଆସୁନାହିଁ।

 

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?