ମାଲକାନଗିରି ଜିଲାରେ ବନ୍ଦ ସଫଳ

ମାଲକାନଗିରି/ବାଲିମେଳା/ମାଥିଲି, (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ ପକ୍ଷରୁ ଓଡିଶାର ୧୪ଟି ଜିଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ସେହି ଅନୁସାରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳଛି। ସକାଳ ୬ଟାରୁ ବିଶ୍ୱ ହିନ୍ଦୁ ପରିଷଦ ଓ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ କର୍ମକର୍ତ୍ତାମାନେ ବିଭିନ୍ନ ଛକରେ ପିକେଟିଂ କରି ସହ ରାସ୍ତା ଅବରୋଧ କରି ବନ୍ଦ ପାଳନ କରିଥିଲେ। ଭାଜପା ଏହାକୁ ସମର୍ଥନ କରିଥିଲା। ମାଲକାନଗିରି ସହରରେ ସମସ୍ତ ଦୋକାନ ବଜାର ବନ୍ଦ ଥିଲା। ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଥିଲା। ଫଳରେ ଅନେକ ଯାତ୍ରୀବାହୀ ବସର ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଇଥିଲେ। ଏଥିସହ ଜିଲାର ସମସ୍ତ ବ୍ୟାଙ୍କ, ସରକାରୀ ବେସରକାରୀ ସଂସ୍ଥା, ବିଦ୍ୟାଳୟ, ଉଚ୍ଚ ବିଦୟାଳୟ, ମହାବିଦୟାଳୟଗୁଡିକ ମଧ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା। ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।
ବାଲିମେଳାରେ ମଧ୍ୟ ସକାଳ ୬ଟାରୁ ବିଶ୍ବହିନ୍ଦୁ ପରିଷଦ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଓ ଭାଜପା କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ସମସ୍ତ ଦୋକାନ ବଜାର, ବ୍ୟାଙ୍କ, ସରକାରୀ ଓ ବେସରାରୀ କାର୍ଯ୍ୟାଳୟଗୁଡିକ ବନ୍ଦ କରିବାକୁ ନିବେଦନ କରିଥିଲେ । ଫଳରେ ସମସ୍ତ ବ୍ୟବସାୟୀ ଏହାକୁ ସମର୍ଥନ ଜଣାଇ ସେମାନଙ୍କ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ସମସ୍ତ ସରକାରୀ,ବେସରକାରୀ କାର୍ଯ୍ୟାଳୟ ସହ ବ୍ୟାଙ୍କଗୁଡିକ ବନ୍ଦ ରହିଥିଲା। ବାଲିମେଳା ଭାଜପା ସଭାପତି ଶୁଭାଶିଷ କର, ଦିପକ ସାହୁ, ଗୌର ଖିଲ, ରବୀନ୍ଦ୍ର ନାୟକ, ମୁନା ବେହେରା, ବୈଶାଖ ବରାଡ଼ , ଲବ ଭୋଳ, ବରିଷ୍ଠ ନେତା ଅକ୍ଷୟ ବିଶ୍ୱାଳ, ମନୋଜ ନାୟକ, ଶିବଦତ୍ତ ସାହୁଙ୍କ ସମେତ ଅନ୍ୟମାନେ ବନ୍ଦରେ ସାମିଲ ହୋଇଥିଲେ।
ମାଥିଲିରେ ମଧ୍ୟ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ବନ୍ଦ ପାଳନ କରାଯାଇଥିଲା। ସ୍ଥାନୀୟ ଗାନ୍ଧୀ ଛକଠାରେ ରାସ୍ତା ଉପରେ ବାଇକ୍‌ ରଖି ରାସ୍ତାରୋକୋ କରାଯାଇଥିଲା। ଫଳରେ ଯାନବାହନ ଯାତାୟାତରେ ଅସୁବିଧା ହୋଇଥିଲା। ଗୋବିନ୍ଦପାଲି, ପାଙ୍ଗାମ ଓ କୋଟମେଟା ଗ୍ରାମରେ ମଧ୍ୟ ରାସ୍ତାରୋକୋ ହୋଇଥିଲା। ଜରୁରିକାଳୀନସେବାରେ ନିୟୋଜିତ ଗାଡ଼ିକୁ ଏଥିରୁ ବାଦ ଦିଆଯାଇଥିଲା। ଏହି ବନ୍ଦ ପାଳନରେ ବହୁ ଯୁବ ଗୋଷ୍ଠୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?