ମାଲକାନଗିରି ଜିଲାରେ ବନ୍ଦ ସଫଳ

ମାଲକାନଗିରି/ବାଲିମେଳା/ମାଥିଲି, (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ ପକ୍ଷରୁ ଓଡିଶାର ୧୪ଟି ଜିଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ସେହି ଅନୁସାରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳଛି। ସକାଳ ୬ଟାରୁ ବିଶ୍ୱ ହିନ୍ଦୁ ପରିଷଦ ଓ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ କର୍ମକର୍ତ୍ତାମାନେ ବିଭିନ୍ନ ଛକରେ ପିକେଟିଂ କରି ସହ ରାସ୍ତା ଅବରୋଧ କରି ବନ୍ଦ ପାଳନ କରିଥିଲେ। ଭାଜପା ଏହାକୁ ସମର୍ଥନ କରିଥିଲା। ମାଲକାନଗିରି ସହରରେ ସମସ୍ତ ଦୋକାନ ବଜାର ବନ୍ଦ ଥିଲା। ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଥିଲା। ଫଳରେ ଅନେକ ଯାତ୍ରୀବାହୀ ବସର ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଇଥିଲେ। ଏଥିସହ ଜିଲାର ସମସ୍ତ ବ୍ୟାଙ୍କ, ସରକାରୀ ବେସରକାରୀ ସଂସ୍ଥା, ବିଦ୍ୟାଳୟ, ଉଚ୍ଚ ବିଦୟାଳୟ, ମହାବିଦୟାଳୟଗୁଡିକ ମଧ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା। ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।
ବାଲିମେଳାରେ ମଧ୍ୟ ସକାଳ ୬ଟାରୁ ବିଶ୍ବହିନ୍ଦୁ ପରିଷଦ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଓ ଭାଜପା କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ସମସ୍ତ ଦୋକାନ ବଜାର, ବ୍ୟାଙ୍କ, ସରକାରୀ ଓ ବେସରାରୀ କାର୍ଯ୍ୟାଳୟଗୁଡିକ ବନ୍ଦ କରିବାକୁ ନିବେଦନ କରିଥିଲେ । ଫଳରେ ସମସ୍ତ ବ୍ୟବସାୟୀ ଏହାକୁ ସମର୍ଥନ ଜଣାଇ ସେମାନଙ୍କ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ସମସ୍ତ ସରକାରୀ,ବେସରକାରୀ କାର୍ଯ୍ୟାଳୟ ସହ ବ୍ୟାଙ୍କଗୁଡିକ ବନ୍ଦ ରହିଥିଲା। ବାଲିମେଳା ଭାଜପା ସଭାପତି ଶୁଭାଶିଷ କର, ଦିପକ ସାହୁ, ଗୌର ଖିଲ, ରବୀନ୍ଦ୍ର ନାୟକ, ମୁନା ବେହେରା, ବୈଶାଖ ବରାଡ଼ , ଲବ ଭୋଳ, ବରିଷ୍ଠ ନେତା ଅକ୍ଷୟ ବିଶ୍ୱାଳ, ମନୋଜ ନାୟକ, ଶିବଦତ୍ତ ସାହୁଙ୍କ ସମେତ ଅନ୍ୟମାନେ ବନ୍ଦରେ ସାମିଲ ହୋଇଥିଲେ।
ମାଥିଲିରେ ମଧ୍ୟ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ବନ୍ଦ ପାଳନ କରାଯାଇଥିଲା। ସ୍ଥାନୀୟ ଗାନ୍ଧୀ ଛକଠାରେ ରାସ୍ତା ଉପରେ ବାଇକ୍‌ ରଖି ରାସ୍ତାରୋକୋ କରାଯାଇଥିଲା। ଫଳରେ ଯାନବାହନ ଯାତାୟାତରେ ଅସୁବିଧା ହୋଇଥିଲା। ଗୋବିନ୍ଦପାଲି, ପାଙ୍ଗାମ ଓ କୋଟମେଟା ଗ୍ରାମରେ ମଧ୍ୟ ରାସ୍ତାରୋକୋ ହୋଇଥିଲା। ଜରୁରିକାଳୀନସେବାରେ ନିୟୋଜିତ ଗାଡ଼ିକୁ ଏଥିରୁ ବାଦ ଦିଆଯାଇଥିଲା। ଏହି ବନ୍ଦ ପାଳନରେ ବହୁ ଯୁବ ଗୋଷ୍ଠୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri