ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା ମଧ୍ୟ ମହଙ୍ଗା ହେବାର ସମ୍ଭାବନା ଦେଖାଦେଇଛି। ଆଗାମୀ ଦିନରେ କପଡ଼ାର ଦାମ୍‌ ୨୦ରୁ ୨୫ ପ୍ରତିଶତ ପର୍ଯ୍ୟନ୍ତ ବଢ଼ିପାରେ। ବିଶେଷଜ୍ଞମାନଙ୍କ ଆକଳନ ଅନୁସାରେ, ଯୁଦ୍ଧ ଯୋଗୁଁ ଇନ୍ଧନ ଏବଂ କଞ୍ଚା ମାଲର ଦାମ୍‌ ବଢ଼ିଛି । କଟନ୍‌ କପଡ଼ା ତିଆରି ମହଙ୍ଗା ହୋଇଛି। ସିନ୍ଥେଟିକ୍‌ କପଡ଼ାରେ ବ୍ୟବହୃତ କ୍ରୁଡ୍‌ ଅଏଲ୍‌ ମହଙ୍ଗା ହେବାରୁ ପଲିଷ୍ଟରର ଦାମ୍‌ ଗତ ୨-୩ ମାସରେ ପ୍ରାୟ ୨୫% ବଢ଼ିଛି।

ଗ୍ୟାସ୍‌ ସିଲିଣ୍ଡର ନ ମିଳିବା ଏବଂ ବିଦ୍ୟୁତ୍‌ ଖର୍ଚ୍ଚ ବଢ଼ିବାରୁ ଶିଳ୍ପର ମୋଟ ଖର୍ଚ୍ଚ ୮ ରୁ ୧୦% ବଢ଼ିଛି। ଶିପିଂ ଖର୍ଚ୍ଚ ମଧ୍ୟ ବଢ଼ିଛି। ପୂର୍ବରୁ ୪୦ ଫୁଟ୍‌ କଣ୍ଟେନରର ଖର୍ଚ୍ଚ ୧୨୦୦ ଡଲାର୍‌ ଥିଲା, ଏବେ ତାହା ୧୯୦୦ ରୁ ୨୦୦୦ ଡଲାର୍‌ ହୋଇଛି। ଯୁଦ୍ଧ ଯୋଗୁ ଟେକ୍ସଟାଇଲ୍‌ ଶିଳ୍ପର ୪୦ରୁ ୪୫ ହଜାର କଣ୍ଟେନର ବିଭିନ୍ନ ବନ୍ଦରରେ ଅଟକି ରହିଛି। ଟେକ୍ସଟାଇଲ୍‌ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆର ଭାଇସ୍‌ ପ୍ରେସିଡେଣ୍ଟ ଯୋଗେଶ ମହାଜନଙ୍କ କହିବାନୁସାରେ, ସିନ୍ଥେଟିକ୍‌ ଫାଇଲାମେଣ୍ଟର ଦାମ୍‌ ୨୫ ରୁ ୩୦% ବଢ଼ିଛି। ଅନେକ ମିଲ୍‌ ଉତ୍ପାଦନ ସମୟ ୧୮ ଘଣ୍ଟାରୁ କମାଇ ୧୦ ଘଣ୍ଟା କରିଦେଇଛନ୍ତି। ଏହାର ପ୍ରଭାବ କାର୍ପେଟ୍‌, କମ୍ବଳ ଏବଂ ବେଡ୍‌ ଶିଟ୍‌ ଉପରେ ମଧ୍ୟ ପଡ଼ିଛି । ସୂଚନା ଥାଉକି, ଗ୍ୟାସ୍‌ ଅଭାବ ଏବଂ ଦରବୃଦ୍ଧି ଯୋଗୁ ଅନେକ ଶ୍ରମିକ ଗାଁକୁ ଫେରି ଯାଉଛନ୍ତି, ଯାହାକି ଟେକ୍ସଟାଇଲ୍‌ ଶିଳ୍ପକୁ ପ୍ରଭାବିତ କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri