ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶାଢ଼ି, ଆସବାବପତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିଯାଇଛି। ଏଥିସହ ଉକ୍ତ ଦୋକାନ ମାଲିକ ତଥା ରାଜାବଜାର ବିବେକାନନ୍ଦସାହିର ବାସିନ୍ଦା ସୂର୍ଯ୍ୟ ମହାପାତ୍ର ଓରଫ ବୁଲୁ (୩୩)ଙ୍କ ମୃତ୍ୟୁ ଘଟିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ଜଟଣୀ ଅଗ୍ନିଶମ ବାହିନୀ ଅଧିକାରୀ ଲକ୍ଷ୍ମଣ ବେହେରା କହିଛନ୍ତି।
ସୂଚନା ମୁତାବକ, ପ୍ରତି ମାସ ୧୫ତାରିଖରେ ରାଜାବଜାର ବନ୍ଦ ରହୁଥିବା ବେଳେ ଶୁକ୍ରବାର ମଧ୍ୟ ବଜାର ବନ୍ଦ ରହିଥିଲା। ତେବେ ଅପରାହ୍ନରେ ଉକ୍ତ ଲୁଗା ଦୋକାନ ମାଲିକ ବୁଲୁ ଶଟର ଦେଇ ଦୋକାନର ଉପର ମହଲାରେ କୌଣସି କାମ କରୁଥିଲେ। ହଠାତ୍‌ ଦୋକାନରେ ନିଆଁ ଲାଗିଯାଇଥିଲା। ଦୋକାନରେ ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ, ବିଦ୍ୟୁତ୍‌ ବିଭାଗ ଏବଂ ଜଟଣୀ ପୋଲିସକୁ ଜଣାଇଥିଲେ। ଖବରପାଇ ଜଟଣୀ ଥାନା ଅଧିକାରୀ ସୌମ୍ୟକାନ୍ତ ବଳିୟାରସିଂ ପହଞ୍ଚି ଦୋକାନ ଭିତରେ ଫସି ରହିଥିବା ବୁଲୁଙ୍କୁ ଶଟର ଭାଙ୍ଗି ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ବୁଲୁଙ୍କୁ ଚିକିତ୍ସା ପାଇଁ ଜଟଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପଟେ ଦୋକାନର ନିଆଁ ଅନ୍ୟ ଦୋକାନକୁ ବ୍ୟାପିବା ପୂର୍ବରୁ ସ୍ଥାନୀୟ ବ୍ୟବସାୟୀ, ଜନସାଧାରଣ ବାଲ୍‌ତିରେ ପାଣି ଆଣି କିଛମାତ୍ରାରେ ନିଆଁ କୁ ଆୟତ୍ତ କରିବା ସହ ବଡ଼ ଅଘଟଣକୁ ରୋକିପାରିଥିଲେ। ପରେ ଜଟଣୀ ଅଗ୍ନିଶମ ବାହିନୀ ପହଞ୍ଚିଥିଲା। ତେବେ ଅଗ୍ନିଶମ ଗାଡ଼ି ଏବଂ ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri