Posted inUncategorized

ଛାତି ଥରାଇଦେବ ଉତ୍ତରକାଶୀ ଧରାଳି ବିପର୍ଯ୍ୟୟର କାହାଣୀ: ସେହି ୫୮ ସେକେଣ୍ଡ…

ଉତ୍ତରକାଶୀ,୬।୮: ଉତ୍ତରାଖଣ୍ଡର ଧରାଲି ଗାଁରେ ବାଦଲ ଫଟା ବର୍ଷା ଯୋଗୁ ହୋଇଥିବା କ୍ଷୟକ୍ଷତିର ସବୁଠି ଆଲୋଚନା ହେଉଛି। ଏହି ବିଶାଳ ପ୍ରାକୃତିକ ବିପର୍ଯ୍ୟୟରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୩୦ ଜଣଙ୍କୁ ଉଦ୍ଧାର କରାଯାଇଛି। ବନ୍ୟାରେ ବହୁ ଘର, ହୋଟେଲ ସମେତ କ୍ଷୀରଗଙ୍ଗା ଉପତ୍ୟକାର ଧରାଲି ଗ୍ରାମ ସମ୍ପୂର୍ଣ୍ଣ ଭାସିଯାଇଛି। ଉକ୍ତ ଗାଁ ହର୍ସିଲସ୍ଥିତ ସେନା କ୍ୟାମ୍ପ୍ଠାରୁ ମାତ୍ର ୪ କି.ମି. ଦୂରରେ ଅବସ୍ଥିତ। ଗଙ୍ଗୋତ୍ରୀ ଧାମକୁ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।

ଲୋକଙ୍କ କହିବା ଅନୁଯାୟୀ, ହଠାତ୍‌ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ଘର ପାଣିରେ ବୁଡ଼ି ରହିଥିବାବେଳେ ଅନେକ ଭାସିଯାଇଛି। ଭୟରେ ଲୋକେ ଘରଦ୍ୱାର ଛାଡ଼ି ଦୌଡ଼ିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। କ୍ଷୀରଗଙ୍ଗା ନଦୀ ଅବବାହିକାରେ ଅତି ପ୍ରବଳ ବର୍ଷା ହେବା ଫଳରେ ଗାଁ ଉପରକୁ ପ୍ରବଳ ଉଚ୍ଚରେ ପାଣି ଓ ପଥର ଖଣ୍ଡ ମାଡ଼ିଆସିଥିଲା।

ଲୋକମାନେ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ, କିନ୍ତୁ ବିଜୁଳି ବେଗରେ ଆସିଥିବା ବନ୍ୟା ୫୮ ସେକେଣ୍ଡରେ ସମଗ୍ର ଗାଁକୁ ଗ୍ରାସ କରିଦେଲା। ଖବର ପାଇବା ମାତ୍ରେ ୧୦ ମିନିଟ ମଧ୍ୟରେ ସେଠାରେ ସେନା ବାହିନୀ ପହଞ୍ଚିଥିଲା। ଜିଲା ପ୍ରଶାସନ ସତର୍କ ହୋଇଯାଇଥିଲା। NDRF, SDRF ଏବଂ ସ୍ଥାନୀୟ ପୋଲିସ ଦଳ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କଠାରୁ ବିପର୍ଯ୍ୟୟ ବିଷୟରେ ସୂଚନା ନେଇଥିଲେ। ସମୟ ନଷ୍ଟ ନକରି, ପୀଡିତମାନଙ୍କୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ କ୍ରିକେଟ ବୋର୍ଡକୁ ଠେଙ୍ଗା ଦେଖାଇଲା ଆୟର୍ଲାଣ୍ଡ, ସିଧା ପହଞ୍ଚିଲା ICC ନିକଟରେ

ଢାକା,୧୮।୧: ଆସନ୍ତା ମାସରେ ଆରମ୍ଭ ହେବାକୁ ଥିବା ICC T20 ବିଶ୍ୱକପ ପୂର୍ବରୁ ବାଂଲାଦେଶ ଏକ ହଇଚଇ ସୃଷ୍ଟି କରିଛି। ପ୍ରଥମେ, ଭାରତରେ ମ୍ୟାଚ ଖେଳିବାକୁ ଚାହୁଁନଥିବା…

ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ

ପୁରୀ,୧୭ା୧(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ…

ଓଡ଼ିଶା: ଆଜିର ଫଟୋ (୪ ଜନୁଆରୀ, ୨୦୨୬ )

ରବିବାର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ପଥ ଉତ୍ସବ ଆୟୋଜିତ ହୋଇଯାଇଛି

ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୪।୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪…

ଆମ ବସ୍‌ ଦୁର୍ଘଟଣା: ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ

ଭୁବନେଶ୍ୱର,୪।୧: ଭୁବନେଶ୍ୱର ରୁପାଲି ଛକରେ ‘ଆମ ବସ’ ଦୁର୍ଘଟଣାର ପ୍ରତିବାଦ କରିଛି ଅଟୋ ମହାସଂଘ। କ୍ରୁଟ୍ର ଗାଡ଼କଣ ବସ୍‌ ଡିପୋ ଆଗରେ ବିକ୍ଷୋଭ କରାଯାଇଛି। ଅନ୍‌ ଲାଇନ…

ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ: ଗିରଫ କଲା…

ଭୁବନେଶ୍ୱର,୪।୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ରାଜମହଲ ଛକରୁ…

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ…

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri