Posted inଜାତୀୟ

ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା: ସହାୟତାର ହାତ ବଢାଇଲେ ମୋଦି

ଶିମ୍‌ଲା,୧।୮: ଆସାମ ଏବଂ କେରଳ ପରେ ବର୍ତ୍ତମାନ ହିମାଚଳ ପ୍ରଦେଶରେ ବର୍ଷା ହୋଇଛି। ଏଠାରେ କୁଲୁର ନିରମାଣ୍ଡ ବ୍ଲକ, କୁଲୁର ମଲାନା ଏବଂ ମଣ୍ଡି ଜିଲାରେ ବାଦଲ ଫଟା ବର୍ଷା ହୋଇଛି। ବାଦଲ ଫଟା ବର୍ଷା ଯୋଗୁ ଅନେକ ଘର, ବିଦ୍ୟାଳୟ ଓ ଡାକ୍ତରଖାନା କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୪୦ ଜଣ ନିଖୋଜ ଅଛନ୍ତି। ମଣ୍ଡିରେ ଗୋଟିଏ ମୃତଦେହ ମିଳିଥିବାବେଳେ ୩୫ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସହାୟତାର ଭରସା ଦେଇଛନ୍ତି।
ବାଦଲ ଫଟା ବର୍ଷା ଯୋଗୁ ମଣ୍ଡିର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଆଜି ବନ୍ଦ ହୋଇଯାଇଛି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ସଭାପତି ଜେପି ନଡା ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ସହ କଥା ହୋଇ ସେଠାରେ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ସାହାଯ୍ୟ ନିଶ୍ଚିତ କରିଛନ୍ତି। ଜେପି ନଡା ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଭାଜପା ରାଜ୍ୟ ସଭାପତିଙ୍କ ସହ କଥା ହୋଇ ସମସ୍ତ ଭାଜପା କର୍ମୀଙ୍କୁ ରିଲିଫ କାର୍ଯ୍ୟରେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri