୨୯ ପର୍ଯ୍ୟନ୍ତ ମେଘୁଆ ପାଗ

ଭୁବନେଶ୍ୱର,୨୬।୨(ଅନୁରାଧା ମହାରଣା):ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାରାଦୀପ ରାଡ଼ାରରୁ ମିଳୁଥିବା ସୂଚନାନୁଯାୟୀ, ରବିବାର ଦକ୍ଷିଣ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସୋମବାର ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ସମ୍ଭବନା ରହିଛି। ସୋନପୁର, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମଙ୍ଗଳବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ଅନୁଗୋଳ, କଳାହାଣ୍ଡି, କନ୍ଧମାଳ, ବାୈଦ୍ଧ, ସମ୍ବଲପୁର ଦେବଗଡ଼ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବୁଧବାର ବେଳକୁ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟ ଜିଲାଗୁଡ଼ିକରେ ପାଗ ଶୁଖିଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri