ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ, ଆଜି ପଶ୍ଚିମ-ଓଡ଼ିଶାର ୭ ଜିଲା ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, ବୌଦ୍ଧ,ଝାରସୁଗୁଡା, ଏବଂ କଳାହାଣ୍ଡି ଜିଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।