ମଲମୁଣ୍ଡା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ

ବଲାଙ୍ଗୀର, ୧୭/୧୦: ପୁଇଁତଲା ବ୍ଲକ୍‌ ଅନ୍ତର୍ଗତ ପିପଲବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଲମୁଣ୍ଡା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।

ମଲମୁଣ୍ଡା ସିଆରସିସି ପ୍ରମୋଦ କୁମାର ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ପୁଇଁତଲା ସରପଞ୍ଚ ଦେବକୀ ସେଠ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ସୃଜନଶୀଳତାର ପରିପ୍ରକାଶ ପାଇଁ ‘ସୁରଭି’ ଏକ ଉତ୍କୃଷ୍ଟ ମାଧ୍ୟମ ବୋଲି ସେ ମତବ୍ୟକ୍ତ କରିଥିଲେ।

ସମ୍ମାନିତ ଅତିଥି ଭାବେ ପୁଇଁତଲା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତ୍ରିନାଥ ପାତ୍ର, ସ୍ଥାନୀୟ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରସନ୍ନ କାଲସାଏ, ବୁବେଲ ସିଆରସିସି ମାନସ କୁମାର ପାଣିଗ୍ରାହୀ, ସିଆରସିସି ଅଜିତ କୁମାର ଶତପଥୀ, ବଇରାସର ସିଆରସିସି ରଞ୍ଜିତ ମିଶ୍ର ଏବଂ ଛତାମଖନା ସିଆରସିସି ବସନ୍ତ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ସେମାନେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ଗୁଣାତ୍ମକ ଶିକ୍ଷା ଓ ସହପାଠ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।

ଏହି ଅବସରରେ କ୍ଲଷ୍ଟର ଅଧୀନରେ ଥିବା ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ, ଦଳଗତ ସାଂସ୍କୃତିକ ନୃତ୍ୟ, ସୁନ୍ଦର ହସ୍ତାକ୍ଷର ଓ କୁଇଜ୍‌ ଆଦି ବିଭିନ୍ନ ବିଷୟରେ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବର୍ଗରେ ମୋଟ ୨୬ଟି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରିବା ସହ ଉତ୍ସାହିତ କରାଯାଇଥିଲା।

ଏହି ମହୋତ୍ସବରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ଆଗାମୀ ବ୍ଲକ୍‌ସ୍ତରୀୟ ‘ସୁରଭି’ ମହୋତ୍ସବରେ ମଲମୁଣ୍ଡା କ୍ଲଷ୍ଟରକୁ ପ୍ରତିନିଧିତ୍ୱ କରିବେ।

କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ଶିକ୍ଷକ ସିଦ୍ଧେଶ୍ୱର ତାଣ୍ଡି, ଲିଲି ସାହୁ, ଅଶ୍ୱିନୀ ସାହୁଙ୍କ ସମେତ ମଲମୁଣ୍ଡା କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶଶାଙ୍କ ଶେଖର ବହିଦାର ଉପସ୍ଥିତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିବା ପରେ କାର୍ଯ୍ୟକ୍ରମର ପରିସମାପ୍ତି ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?