ଦିଗପହଣ୍ଡିରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ, କୃତୀ ଛାତ୍ରଛାତ୍ରୀ…

ଦିଗପହଣ୍ଡି,୧୪।୧୦(ଅଶେଷ ନାଥ ମିଶ୍ର): ଶିଶୁମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ ସେମାନଙ୍କୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ଦିଗପହଣ୍ଡି ବ୍ଲକ୍ ବି. ତୁରୁବୁଡ଼ି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ମହୋତ୍ସବର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ କେବଳ ପାଠ୍ୟକ୍ରମ ଭିତ୍ତିକ ଶିକ୍ଷାରେ ସୀମିତ ନରଖି ନୃତ୍ୟ, ଗୀତ, କ୍ରୀଡ଼ା, ବକ୍ତୃତା ଓ ରଚନା ଲିଖନ ଆଦି କ୍ଷେତ୍ରରେ ପାରଙ୍ଗମ କରିବା ପାଇଁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଥିଲେ।

ଏହି ସମାରୋହରେ ସରପଞ୍ଚ ବି. ଲିଙ୍ଗରାଜ ଦୋରା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦିଗପହଣ୍ଡି ବ୍ଲକ୍ ଗୋଷ୍ଠୀ ଶିକ୍ଷାଧିକାରୀ (BEO) ଭୋପେନ କୁମାର ମହାନ୍ତ, ପୂର୍ବତନ BEO କୋରେଶ ସେଠୀ, ABEO ବାଳା ମାଝୀ, ରସାନନ୍ଦ ଘଡ଼େଇ, BRC ସୁଶାନ୍ତ କୁମାର ପ୍ରଧାନ, CRCC ଅନୀଲ କୁମାର ଦାସଙ୍କ ସମେତ ଅନ୍ୟାନ୍ୟ CRCC ବୃନ୍ଦ ମଞ୍ଚାସୀନ ଥିଲେ। କ୍ଲଷ୍ଟର CRCC ମେନସନ୍ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ପରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏହି ଅବସରରେ କ୍ଲଷ୍ଟର ଅଧୀନସ୍ଥ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ସେହିପରି ଦିଗପହଣ୍ଡି ସ୍ଥାନୀୟ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ନଗର CRCC ଅନିଲ କୁମାର ଦାସଙ୍କ ସଂଯୋଜନା ଏବଂ BEO ଭୋପେନ କୁମାର ମହାନ୍ତଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ NAC ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ୧୧ ନଂ ୱାର୍ଡ କାଉନସିଲର ଜ୍ୟୋସ୍ନା ଜେନା, କରପଡ଼ା CRCC ରବି ବେହେରା ଓ ଭ୍ରମରପୁର CRCC ପ୍ରଭାକର ସେଠୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଉଦ୍‌ଯାପନୀ ଉତ୍ସବରେ ABEO ବାଳା ମାଝୀ, ରସାନନ୍ଦ ଘଡ଼େଇ, CRCC ମେନସନ୍ ପ୍ରଧାନ, ISCOFF ଜିଲ୍ଲା ସଭାପତି ହରପ୍ରସାଦ ରଥ, BRT ସୁଶାନ୍ତ କୁମାର ପ୍ରଧାନ, ମଦନ ମୋହନ ପଢ଼ିଆରୀ ଓ ନରସିଂହ ପ୍ରସାଦ ପାଠୀ ଅତିଥି ଭାବେ ଯୋଗଦେଇ କୃତୀ ଶିଶୁ ପ୍ରତିଭାମାନଙ୍କୁ ସମ୍ମାନିତ କରିଥିଲେ। ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଉଚ୍ଚକୋଟୀର ନୃତ୍ୟ ଓ ଅଭିନୟ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି (SMC) କର୍ମକର୍ତ୍ତା ଏବଂ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?