ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।

ଏହି ଉତ୍ସବରେ ମନୋଜ କୁମାର ସେଠୀ ସଭାପତିତ୍ୱ କରିଥିବା ବେଳେ ଜିଲା କଳା ଓ ସଂସ୍କୃତି ବିଭାଗର ଉପ-ସଭାପତି ସନ୍ତୋଷ କୁମାର ବଛା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ମୁଖ୍ୟ ବକ୍ତା ଭାବେ ଶିବାରାମ କାଡ୍ରାକା ଉପସ୍ଥିତ ରହି ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ବିକାଶ ଓ ପ୍ରତିଭାର ସଠିକ୍ ପରିପ୍ରକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।

ଅନ୍ୟତମ ସମ୍ମାନିତ ଅତିଥି ଭାବେ ବିଜୟ କୁମାର ସେଠୀ, ବୁଧଦେବ ନାୟକ ଏବଂ ସଙ୍ଗମ ନୀଳକଣ୍ଠ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କ୍ଲଷ୍ଟର ସଂଯୋଜକ ଅନିରୁଦ୍ଧ ସାମନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ନିତ୍ୟାନନ୍ଦ ପାଢ଼ୀ ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିଲେ।

ଏହି ମହୋତ୍ସବରେ କ୍ଲଷ୍ଟର ଅଧୀନସ୍ଥ ୧୨ଟି ବିଦ୍ୟାଳୟରୁ ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରି ସମ୍ମାନିତ କରାଯାଇଥିଲା।

ଏହି କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନେ ଆଗାମୀ ବ୍ଲକ ସ୍ତରୀୟ ‘ସୁରଭି’ ମହୋତ୍ସବରେ ପ୍ରତିନିଧିତ୍ୱ କରିବେ ବୋଲି ସିଆରସିସି ଶ୍ରୀ ସାମନ୍ତରାୟ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?