ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ନଗର କ୍ଲଷ୍ଟର ସିଆରସିସି ଅନିଲ କୁମାର ଦାସ ଏବଂ ପୂର୍ବତନ ସିଆରସିସି ଉପେନ୍ଦ୍ର ପଣ୍ଡାଙ୍କ ମିଳିତ ସଂଯୋଜନାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦିଗପହଣ୍ଡି ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ (ABEO) ରସାନନ୍ଦ ଘଡେଇ ଅତିଥି ଭାବେ ଯୋଗଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (FLN) ସମ୍ବନ୍ଧୀୟ ଶିକ୍ଷା ଦାନ ପ୍ରଣାଳୀ ଉପରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଆବଶ୍ୟକୀୟ ପ୍ରଶିକ୍ଷଣ ଦେଇଥିଲେ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି, ଶିକ୍ଷଣ ସାମଗ୍ରୀ (TLM)ର ସଠିକ୍ ବ୍ୟବହାର ଏବଂ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଶିକ୍ଷକମାନଙ୍କର ଶୈକ୍ଷିକ ଦକ୍ଷତା ସୁଦୃଢ଼ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ଏହାସହ ଶିକ୍ଷାର୍ଥୀମାନଙ୍କ ଶୈକ୍ଷିକ ପ୍ରଗତିର ନିୟମିତ ସମୀକ୍ଷା କରିବା ନେଇ ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ଅନେକ ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗଦେଇ ନିଜ ନିଜର ଶିକ୍ଷଣ ଅନୁଭୂତି ସାଝା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?