ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ନଗର କ୍ଲଷ୍ଟର ସିଆରସିସି ଅନିଲ କୁମାର ଦାସ ଏବଂ ପୂର୍ବତନ ସିଆରସିସି ଉପେନ୍ଦ୍ର ପଣ୍ଡାଙ୍କ ମିଳିତ ସଂଯୋଜନାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦିଗପହଣ୍ଡି ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ (ABEO) ରସାନନ୍ଦ ଘଡେଇ ଅତିଥି ଭାବେ ଯୋଗଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (FLN) ସମ୍ବନ୍ଧୀୟ ଶିକ୍ଷା ଦାନ ପ୍ରଣାଳୀ ଉପରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଆବଶ୍ୟକୀୟ ପ୍ରଶିକ୍ଷଣ ଦେଇଥିଲେ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି, ଶିକ୍ଷଣ ସାମଗ୍ରୀ (TLM)ର ସଠିକ୍ ବ୍ୟବହାର ଏବଂ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଶିକ୍ଷକମାନଙ୍କର ଶୈକ୍ଷିକ ଦକ୍ଷତା ସୁଦୃଢ଼ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ଏହାସହ ଶିକ୍ଷାର୍ଥୀମାନଙ୍କ ଶୈକ୍ଷିକ ପ୍ରଗତିର ନିୟମିତ ସମୀକ୍ଷା କରିବା ନେଇ ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ଅନେକ ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗଦେଇ ନିଜ ନିଜର ଶିକ୍ଷଣ ଅନୁଭୂତି ସାଝା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?