କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ

ବନ୍ତ,୨୭।୨(ଡି.ଏନ.ଏ.)  ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। ଏନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ମିଳୁନାହିଁ ବୋଲି ସେମାନେ କହିଛନ୍ତି।
ଯେ, ଉକ୍ତ ଗ୍ରାମରେ ରାଜ୍ୟ ସରକାରଙ୍କ ଜଳନିଧି ଯୋଜନା ଫେଜ୍‌-୨ରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ଉଠା ଜଳସେଚନ ନିଗମ ଲିଃ ଦ୍ୱାରା ୧୯ ଲକ୍ଷ ୪୭ ହଜାର ୫ ଶହ ଟଙ୍କା ବ୍ୟୟ ଅଟକଳରେ କ୍ଲଷ୍ଟର ସାଲୋ ପଏଣ୍ଟ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୨୦୨୧ ଫେବୃୟାରୀ ୨୦ରେ ଆରମ୍ଭ ହୋଇ ଗତ ଜୁନ୍‌ ୧ରେ ଶେଷ ହୋଇଥିଲା। ମାତ୍ର ଗତ ଅଗଷ୍ଟରେ ସମ୍ପୃକ୍ତ ଠିକାଦାର ପରୀକ୍ଷା ମୂଳକ ଭାବେ ପ୍ରକଳ୍ପକୁ ଚଲାଇ ଚାଲି ଯାଇଥିଲେ। ସେତେବେଳେ ପ୍ରକଳ୍ପ ସ୍ଥାନରେ କୌଣସି ମିଟର କିମ୍ବା କାପାସିଟର ଲଗାଯାଇ ନ ଥିଲା। ପରବର୍ତ୍ତୀ ମୁହୂର୍ତ୍ତରେ ଉକ୍ତ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରାଯାଇ ଜଳ ଯୋଗାଣ ବ୍ୟବସ୍ଥା କରାଯାଇ ନ ଥିଲା। ଏହାମଧ୍ୟରେ ୬ ମାସ ବିତିଯାଇଥିବା ବେଳେ ଉକ୍ତ ପ୍ରକଳ୍ପକୁ ସ୍ଥାୟୀ ଭାବେ କାର୍ଯ୍ୟକ୍ଷମ କରାଯାଇ ନାହିଁ। ଫଳରେ ଏହା ଉପରେ ନିର୍ଭର କରିଥିବା ୫ ଚାଷୀଙ୍କର ୨୫ ହେକ୍ଟର ଜମିରେ ହୋଇଥିବା ପରିବା ଚାଷ ଆଂଶିକ ନଷ୍ଟ ହୋଇଯାଇଛି। ପ୍ରକଳ୍ପ ତୁରନ୍ତ କାର୍ଯ୍ୟକ୍ଷମ ସହ ପରିବା ଚାଷ ନଷ୍ଟ ବାବଦରେ କ୍ଷତିପୂରଣ ଦିଆଯିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ଭଦ୍ରକ ସ୍ଥିତ ଉଠା ଜଳସେଚନ ବିଭାଗ ଏସ୍‌ଡିଓ ଦିଲୀପ ସାହୁଙ୍କୁ ପଚାରିବାରୁ ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri