୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର ଷ୍ଟ୍ରିପ ରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ତାଙ୍କୁ ଦଳୀୟ କର୍ମୀ, ନେତା, ସ୍ଥାନୀୟ ଲୋକ ମାନେ ଭବ୍ୟ ସ୍ଵାଗତ କରିବା ସହ ଏକ ଶୋଭାଯାତ୍ରାରେ ବାଲିଆଗୋଡା ଗ୍ରାମ କୁ ଯାଇ ସେଠାରେ ସାନ୍ତାଳୀ ଆଲ ଇଣ୍ଡିଆ ସାନ୍ତାଳୀ ରାଇଟରସ ଆସୋସିଏସନ୍ ର ୭ମ ବାର୍ଷିକ ଉତ୍ସବ ରେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳରେ ପହଁଚିବା ପରେ ତାଙ୍କୁ ଆସୋସିଏସନ୍ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। କାର୍ଯ୍ୟକ୍ରମରେ ସାନ୍ତାଳୀ ସମ୍ପ୍ରଦାୟର ଉଲ୍ଲେଖନୀୟ ଅବଦାନ ଦେଇଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ଅଭିଭାଷଣ ପ୍ରଦାନ କରି ସାନ୍ତାଳି ଭାଷା ଭାରତର ଅନ୍ୟ ଆଦିବାସୀ ଭାଷା ତୁଳନାରେ ଏକନମ୍ୱର୍ ସ୍ଥାନ ଅଧିକାର କରିଥିବା ନେଇ ପ୍ରକାଶ କରିଥିଲେ। ସାନ୍ତାଳୀ ଭାଷାଭାଷୀ ଲୋକ ଦେଶର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଅବସ୍ଥାପିତ ହୋଇଥିବା ବେଳେ ନିଜ ଜାତି ଓ ଭାଷାର ବିକାଶ ପାଇଁ ଆହୁରି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାନ୍ତାଳୀ ଭାଷାର ବିକାଶ ପାଇଁ ବାଜପେୟୀ ସରକାରରେ ପ୍ରଥମେ ପ୍ରାଧାନ୍ୟ ଦିଆଯାଇଥିବା ବେଳେ ନରେନ୍ଦ୍ର ମୋଦୀ ମଧ୍ୟ ଏହି ଭାଷାଭାଷୀ ସମ୍ପ୍ରଦାୟ ବିକାଶ ପାଇଁ ବଦ୍ଧ ପରିକର ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଏହି ସାନ୍ତାଳୀ ସମ୍ପ୍ରଦାୟର ଆଦିବାସୀ ମାନେ ବସବାସ କରିଥିବା ବେଳେ ଏହି ଜାତିର ଦୀର୍ଘଦିନ ଧରି ବହୁ ଦାବିକୁ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟମନ୍ତ୍ରୀ ନିଜ ସାନ୍ତାଳୀ ଭାଷାରେ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସମସ୍ତ ଦର୍ଶକ ବେଶ ଅଭିଭୂତ ହୋଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମୁକୁନା ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଭାଗ ନେଇଥିବା ବେଳେ ପରେ ମଇଦାନକେଲ ପଞ୍ଚାୟତ ତାଳପଦା ଫୁଟବଲ ଫାଇନାଲ ମ୍ୟାଚ ରେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ସନ୍ଧ୍ୟାରେ ସ୍ଥାନୀୟ କେନ୍ଦୁଝରଗଡ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ ରେ ବିଶ୍ରାମ ନେଇଛନ୍ତି ।

ବୁଧବାର କେନ୍ଦୁଝର ପୁରୁଣା ସହର ନିକଟସ୍ଥ ସିଦ୍ଧମଠକୁ ଯାଇ ଠାକୁର କେଶବଙ୍କ ଆଶ୍ରମରେ ଏକ ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ମଧ୍ୟାହ୍ନ ୧୨,୧୫ ମିନିଟରେ କେନ୍ଦୁଝର ଅଡିଟୋରୟମରେ ସ୍ୱେଚ୍ଛାସେବୀ ସଂସ୍ଥା ଇଣ୍ଡିଆନ ବାୟ ବାର୍ଥ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସଂଧ୍ୟାରେ ଗୋନାସିକା-କେନ୍ଦୁଝର ମହୋତ୍ସବରେ ଯୋଗ ଦେବେ । ୧୯ ତାରିଖ ପୂର୍ବାହ୍ଣ ୧୧,୦୦ରେ ଚମ୍ପୁଆ ମହତାବ ହାଇସ୍କୁଲକୁ ଯାଇ ଏହାର ହୀରକ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ଅପରାହ୍ନ ୩ଟା୦୫ରେ ରାଇସୁଆଁ ଏଆରଷ୍ଟ୍ରିପକୁ ଯାଇ ଭୁବନେଶ୍ଵର ପ୍ରତାବର୍ତନ କରିବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri