୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର ଷ୍ଟ୍ରିପ ରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ତାଙ୍କୁ ଦଳୀୟ କର୍ମୀ, ନେତା, ସ୍ଥାନୀୟ ଲୋକ ମାନେ ଭବ୍ୟ ସ୍ଵାଗତ କରିବା ସହ ଏକ ଶୋଭାଯାତ୍ରାରେ ବାଲିଆଗୋଡା ଗ୍ରାମ କୁ ଯାଇ ସେଠାରେ ସାନ୍ତାଳୀ ଆଲ ଇଣ୍ଡିଆ ସାନ୍ତାଳୀ ରାଇଟରସ ଆସୋସିଏସନ୍ ର ୭ମ ବାର୍ଷିକ ଉତ୍ସବ ରେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳରେ ପହଁଚିବା ପରେ ତାଙ୍କୁ ଆସୋସିଏସନ୍ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। କାର୍ଯ୍ୟକ୍ରମରେ ସାନ୍ତାଳୀ ସମ୍ପ୍ରଦାୟର ଉଲ୍ଲେଖନୀୟ ଅବଦାନ ଦେଇଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ଅଭିଭାଷଣ ପ୍ରଦାନ କରି ସାନ୍ତାଳି ଭାଷା ଭାରତର ଅନ୍ୟ ଆଦିବାସୀ ଭାଷା ତୁଳନାରେ ଏକନମ୍ୱର୍ ସ୍ଥାନ ଅଧିକାର କରିଥିବା ନେଇ ପ୍ରକାଶ କରିଥିଲେ। ସାନ୍ତାଳୀ ଭାଷାଭାଷୀ ଲୋକ ଦେଶର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଅବସ୍ଥାପିତ ହୋଇଥିବା ବେଳେ ନିଜ ଜାତି ଓ ଭାଷାର ବିକାଶ ପାଇଁ ଆହୁରି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାନ୍ତାଳୀ ଭାଷାର ବିକାଶ ପାଇଁ ବାଜପେୟୀ ସରକାରରେ ପ୍ରଥମେ ପ୍ରାଧାନ୍ୟ ଦିଆଯାଇଥିବା ବେଳେ ନରେନ୍ଦ୍ର ମୋଦୀ ମଧ୍ୟ ଏହି ଭାଷାଭାଷୀ ସମ୍ପ୍ରଦାୟ ବିକାଶ ପାଇଁ ବଦ୍ଧ ପରିକର ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଏହି ସାନ୍ତାଳୀ ସମ୍ପ୍ରଦାୟର ଆଦିବାସୀ ମାନେ ବସବାସ କରିଥିବା ବେଳେ ଏହି ଜାତିର ଦୀର୍ଘଦିନ ଧରି ବହୁ ଦାବିକୁ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟମନ୍ତ୍ରୀ ନିଜ ସାନ୍ତାଳୀ ଭାଷାରେ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସମସ୍ତ ଦର୍ଶକ ବେଶ ଅଭିଭୂତ ହୋଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମୁକୁନା ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଭାଗ ନେଇଥିବା ବେଳେ ପରେ ମଇଦାନକେଲ ପଞ୍ଚାୟତ ତାଳପଦା ଫୁଟବଲ ଫାଇନାଲ ମ୍ୟାଚ ରେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ସନ୍ଧ୍ୟାରେ ସ୍ଥାନୀୟ କେନ୍ଦୁଝରଗଡ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ ରେ ବିଶ୍ରାମ ନେଇଛନ୍ତି ।

ବୁଧବାର କେନ୍ଦୁଝର ପୁରୁଣା ସହର ନିକଟସ୍ଥ ସିଦ୍ଧମଠକୁ ଯାଇ ଠାକୁର କେଶବଙ୍କ ଆଶ୍ରମରେ ଏକ ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ମଧ୍ୟାହ୍ନ ୧୨,୧୫ ମିନିଟରେ କେନ୍ଦୁଝର ଅଡିଟୋରୟମରେ ସ୍ୱେଚ୍ଛାସେବୀ ସଂସ୍ଥା ଇଣ୍ଡିଆନ ବାୟ ବାର୍ଥ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସଂଧ୍ୟାରେ ଗୋନାସିକା-କେନ୍ଦୁଝର ମହୋତ୍ସବରେ ଯୋଗ ଦେବେ । ୧୯ ତାରିଖ ପୂର୍ବାହ୍ଣ ୧୧,୦୦ରେ ଚମ୍ପୁଆ ମହତାବ ହାଇସ୍କୁଲକୁ ଯାଇ ଏହାର ହୀରକ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ଅପରାହ୍ନ ୩ଟା୦୫ରେ ରାଇସୁଆଁ ଏଆରଷ୍ଟ୍ରିପକୁ ଯାଇ ଭୁବନେଶ୍ଵର ପ୍ରତାବର୍ତନ କରିବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri