ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ପାଇବେ ଏହି ଅତିରିକ୍ତ ୫ କେଜି ଚାଉଳ ସମ୍ପୂର୍ଣ୍ଣ ମାଗଣାରେ ପାଇବେ । ଖାଦ୍ୟ ସୁରକ୍ଷାର ସୁନିଶ୍ଚିତତା କରିବା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଲୋକାଭିମୁଖୀ ଯୋଜନା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏହାକୁ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ ଅଧିକ ପାଇବେ। ହିତାଧିକାରୀମାନେ ଯେତିକି ଚାଉଳ ବର୍ତ୍ତମାନ ପାଉଛନ୍ତି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଅତିରିକ୍ତ ୫ କେଜି ଚାଉଳ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଖାଉଟିଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ଏନଏଫଏସଏ ଏବଂ ଏସଏଫଏସଏସ ହିତାଧିକାରୀ ଅତିରିକ୍ତ ଚାଉଳ କୋଟା ଦିଆଯିବ । ଏହି ଯୋଜନା ମାଧ୍ୟମରେ ରାଜ୍ୟର ଟାର୍ଗେଟେଡ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ ଅଧୀନ ସମସ୍ତ ହିତାଧିକାରୀ ପରିବାର ପାଇଁ ସେମାନଙ୍କ ମାସିକ ନିୟମିତ ଧାର୍ଯ୍ୟ ଚାଉଳ କୋଟା ବ୍ୟତୀତ ମୁଣ୍ଡ ପିଛା ୫ କେଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇବେ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାର ୮ ଲକ୍ଷ ୧୮ ହଜାର, ୭୫୯ ପରିବାରର ୨୬ ଲକ୍ଷ ୫୪ ହଜାର ୫୮୦ ଜଣ ହିତାଧିକାରୀ ଉପକୃତ ହେବେ । ଏହା ସହିତ ଗତ ଏପ୍ରିଲ ମାସ ଠାରୁ ମୁଣ୍ଡ ପିଛା ୧୦ କେଜି ଚାଉଳ ପାଇବେ ହିତାଧିକାରୀ । ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାପ୍ରସାରଣ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲା ପରିଷଦର ରୁଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ପ୍ରସାରଣ କରାଯାଇଥିଲା । ସେଠାରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଆଇଏଏସ ଶିକ୍ଷାନବିଶ ସୁଶ୍ରୀ ସାରନ୍ୟା, ଗଞ୍ଜାମ ଜିଲା ଯୋଗାଣ ଅଧିକାରୀ ପି. କେ. ମହାପାତ୍ରଙ୍କ ସମେତ ବହୁ ଡିଲର, ହିତାଧିକାରୀ ଓ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ସିଧା ପ୍ରସାରଣକୁ ଆଭାସୀ ମାଧ୍ୟମରେ ଦେଖିଥିଲେ ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri